#Breaking News

ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନ ଆଉ ନାହାନ୍ତି


ବରଗଡ଼(ଉଲାପ୍ର):-ବରଗଡ଼ ଜିଲାର ସଂଗ୍ରାମୀ ପୀଠ ସୋହେଲା ଥାନା ଅନ୍ତର୍ଗତ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୩ ବର୍ଷ ହୋଇଥିଲା। ସ୍ବାଧୀନତା ସଂଗ୍ରାମରେ ଭାଗ ନେଇଥିବା ପାଣିମୋରା ଗ୍ରାମର ୩୨ଜଣ ସଂଗ୍ରାମୀଙ୍କ ମଧ୍ୟରୁ ସେ ଏକମାତ୍ର ଜୀବିତ ଥିଲେ । ଗତ କିଛିଦିନ ତଳେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଫଳରେ ତାଙ୍କୁ ଭୀମସାର ବୁର୍ଲା ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଥିଲା । ଚିକିତ୍ସା ପରେ ତାଙ୍କୁ ଘରକୁ ଅଣାଯାଇଥିଲା । ହେଲେ ସେ ଶଯ୍ୟାଶାୟୀ ହୋଇପଡ଼ିଥିଲେ। ତାଙ୍କ ଦେହାନ୍ତ ପରେ ଜିଲ୍ଲାବ୍ୟାପୀ ଗଭୀର ଶୋକ ପ୍ରକାଶ କରାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅନର ପ୍ରଦାନ କରାଯିବା ସହ ସମ୍ପୁର୍ଣ୍ଣ ରାଷ୍ଟ୍ରିୟ ମର୍ଯ୍ୟାଦା ରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ସେଠାରେ ଜିଲ୍ଲା ପ୍ରଶାସନ ର ବରିଷ୍ଠ ଅଧିକାରୀ ମାନଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Leave a comment

Your email address will not be published. Required fields are marked *