#Breaking News

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ କୋଭିଡ କଟକଣା ଓ ସାମାଜିକ ଦୂରତା ମଧ୍ୟରେ ଉପଖଣ୍ଡ ସ୍ତରୀୟ ୭୩ ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ପାଳନ ହୋଇଯାଇଛି |ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଦେଶ ଓ ଜାତି ଉଦେଶ୍ୟରେ ଅଭିଭାଷଣ ରଖିଥିଲେ |ମହାମାରୀ କରୋନା ଭୁତାଣୁ ଏବଂ ସରକାରଙ୍କ ନିୟମକୁ ପାଳନ କରି ଚଳିତ ବର୍ଷ ସାମୁହିକ ପ୍ୟାରେଡ଼ ହୋଇନାହିଁ |ଏହି ଉତ୍ସବରେ ସ୍ଥାନୀୟ ଏସଡିପିଓ ଜି.ଆର ରେଡ୍ଡୀ, ତହସିଲଦାର ଶଶାଙ୍କ ଶେଖର ପାତ୍ର , ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ଥାନା ଭାରପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫ, ବାଲିଗୁଡ଼ା ଏନଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ,ବନବାସୀ ସେବା ସମିତି ସହ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା, ପ୍ରମୁଖ ଉପସ୍ଥିତ ଥିଲେ l ଏହି ଉତ୍ସବରେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥ ବାସୀ ଘଡେ଼ଇ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

Leave a comment

Your email address will not be published. Required fields are marked *