ସଫେଇ କର୍ମଚାରୀ ଙ୍କ ପାଇଁ ସ୍ବାସ୍ଥ୍ୟ ଶିବିର

Udaya_Labanya | February 25, 2022 | 134 views |0 | Breaking News


ବରଗଡ଼ (ସତ୍ୟ ନାରାୟଣ ପ୍ରଧାନ)
ବରଗଡ଼ ଆନନ୍ଦ ମଣ୍ଡପ ଠାରେ ବରଗଡ଼ ପୈାର ପରିଷଦ ଅଧିନସ୍ଥ ସମସ୍ତ ସଫେଇ କର୍ମଚାରୀ ଙ୍କ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର, ବରଗଡ଼ ଦ୍ବାରା ଆୟୋଜିତ ଏବଂ ଦୁଇଦିନ ଧରି ହେବାକୁ ଥିବା ଏହି ଶିବିର କୁ ଜିଲ୍ଲା ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ଜନ ସ୍ବାସ୍ଥ୍ୟ ଡାକ୍ତର ଚୂଲାବତୀ ସାହୁ ଉଦଘାଟନ କରିଥିଲେ। ଏଥିରେ ସ୍ବାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡାକ୍ତର ନୁପୁର ପାଢ଼ୀ କର୍ମଚାରୀ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଶିବିର ରେ ମାଗଣା ଔଷଧ ବଣ୍ଟନ ସହ ବିଭିନ୍ନ ପରୀକ୍ଷା କରାଯାଇ ସ୍ବାସ୍ଥ୍ୟ କାର୍ଡ ପ୍ରଦାନ କରାଯାଇଥିଲା। ଶିବିର କୁ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ପାରା ମେଡିକାଲ ଷ୍ଟାଫ୍ ପରିଚାଳନା କରିଥିଲେ।

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories