କନ୍ଧମାଳ ଜିଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତାଙ୍କ ଗାଡିକୁ ଦୁର୍ବୁତ୍ତ ଭାଙ୍ଗିଲେ

Udaya_Labanya | March 22, 2022 | 67 views |0 | Breaking News


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବିଜେପି ପ୍ରଭାରୀ ତଥା ରାଜ୍ୟ ବିଜେପି ପ୍ରବକ୍ତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ଗାଡିକୁ କୌଣସି ଦୁର୍ବୁତ୍ତ ଗତ ରାତିରେ ଭାଙ୍ଗିଥିବା ଜଣାପଡିଛି । ପ୍ରକାଶ ଯେ, ଶ୍ରୀ ତ୍ରିପାଠୀ କନ୍ଧମାଳ ଜିଲା ଫୁଲବାଣୀରେ ପୌରପରିଷଦ ପ୍ରଚାର କରି ରାତିରେ ୬ନଂ. ୱାର୍ଡରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭଗବାନ ମହାନ୍ତିଙ୍କ ଘରେ ରାତ୍ରିଯାପନ କରିଥିଲେ। ତାଙ୍କ ମାରୁତି ୱାଗନର ଗାଡିଟି ଘର ପାଖରେ ରଖିଥିଲେ। ସକାଳେ ଦେଖିଲା ବେଳକୁ ଗାଡିର ପଛ ପାଖ କାଚ କୁ ପଥର ମାରି ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଛି। ଏହା ସହିତ କିଛି ବିଜେପି ବ୍ୟାନର କୁ ମଧ୍ୟ ଚିରି ଫୋପାଡ଼ି ଦେଇଛନ୍ତି। ଏହା ଆଗରୁ ମଧ୍ୟ ବିଜେଡି ପୋଷ୍ଟରକୁ ଚିରିବା ସହିତ ବିଜେଡି କର୍ମୀଙ୍କୁ ମାଡ ମାରିଥିବା ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ କରୁନାହିଁ ବୋଲି ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭଗବାନ ମହାନ୍ତି ପ୍ରକାଶ କରିଛନ୍ତି।

Share this

Related Posts

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 4 views |0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

ଶିବ ପ୍ରସାଦ ଭାରତୀୟ ମହିଳା କ୍ରିକେଟ ଟିମ…

Udaya_Labanya | June 7, 2023 | 3 views | 0

ଫୁଲବାଣୀ (ସୁନୀଲ ପଟନାୟକ )ବରିଷ୍ଠ କ୍ରିକେଟ ଖେଳାଳି,କନ୍ଧମାଳ ଜିଲ୍ଲା କ୍ରୀଡ଼ା ସଂଘ, ସମ୍ପାଦକ ଆଇନଜୀବୀ, ସାମ୍ବାଦିକ,ସଂଗଠକ ତଥା ଜଣାଶୁଣା ସମାଜସେବୀ ଶିବ ପ୍ରସାଦ ତ୍ରିପାଠୀ ଭାରତୀୟ ମହିଳା କ୍ରିକେଟ ଟିମ ମ୍ୟାନେଜେର ଭାବେ ନିଯୁକ୍ତ ହୋଇଛନ୍ତି l ଆସନ୍ତା କାଲି ସେ…

Leave a Reply

Your email address will not be published. Required fields are marked *

Archives

Categories