ସାମାନ୍ୟ ବଚସାକୁ କେନ୍ଦ୍ର କରି ଛୁରାମାଡ଼ : ତିନି ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

Udaya_Labanya | March 22, 2022 | 11 views |0 | Breaking News


କନ୍ଧମାଳ,:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଛୁରା ମାଡ଼ରେ ତିନି ଜଣ ଗୁରୁତର ହୋଇପଡ଼ିଛନ୍ତି । ଫଳରେ ସେମାନଙ୍କୁ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରକାଶ ଯେ, ୩ ଜଣକ ଭିତରେ ନିର୍ବାଚନକୁ ନେଇ ପ୍ରଥମେ ଯୁକ୍ତିତର୍କ ଓ ପରେ ପାଟିତୁଣ୍ଡ ହୋଇଥିଲା । ଯୁକ୍ତିତର୍କ ଅଧିକ ବଢ଼ିବାରୁ ସେମାନଙ୍କ ମଧ୍ୟରେ ମାରପିଟ ହୋଇଥିଲା । ଶେଷରେ ଘଟଣା ଉଗ୍ରରୂପ ଧାରଣ କରିଥିଲା । ସେମାନେ ପରସ୍ପରକୁ ଛୁରିରେ ଆକ୍ରମଣ କରିଥିଲେ । ଫଳରେ ଘଟଣାରେ ସମ୍ପୃକ୍ତ ତିନିଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଆହତ ହୋଇଥିବା ତିନିଜଣ ଫୁଲବାଣୀ ମୁଣ୍ଡିଆ ସାହିର ହାପି ବେହେରା, ଜିରିଙ୍ଗିପଡ଼ା ଗୋପଳ ସାହିର ଶଶାଙ୍କ ପାତ୍ର, ଚିତ୍ରକୁଟ ସାହିର ସୂର୍ଯ୍ୟ ନାରାୟଣ ବଗର୍ତ୍ତି ବୋଲି ଜଣାପଡ଼ିଛି ।ଖବର ପାଇ ସଦର ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଅବ୍ୟାହତ ରଖିଥିବା ଜଣାପଡିଛି l

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 19 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories