ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍ ଆଉ ନାହାନ୍ତି
ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ
ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍ଙ୍କ ଗତକାଲି ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ସେଠ୍ କଂଗ୍ରେସରୁ ରାଜନୀତି ଜୀବନ ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ ନିର୍ବାଚିତ ହେବା ସହିତ ତତ୍କାଳୀନ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଶିକ୍ଷାମନ୍ତ୍ରୀ ଥିଲେ। ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଥିଲେ । ଶନିବାର ସେ ଗୁରୁତର ଅସୁସ୍ଥ ହୋଇ ପଡିଥିଲେ। ପରେ ତାଙ୍କୁ ସ୍ଥାନୀୟ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ଦେହାନ୍ତରେ ଜିଲାରେ ଶୋକରଛାୟା ଖେଳିଯାଇଛି।
Odia 








































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































