ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ ଆଉ ନାହାନ୍ତି

Udaya_Labanya | March 27, 2022 | 37 views |0 | Breaking News


ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ
ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ଗତକାଲି ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ସେଠ୍‌ କଂଗ୍ରେସରୁ ରାଜନୀତି ଜୀବନ ଆରମ୍ଭ କରିଥିଲେ ଏବଂ ୧୯୯୫ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ ନିର୍ବାଚିତ ହେବା ସହିତ ତତ୍କାଳୀନ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଶିକ୍ଷାମନ୍ତ୍ରୀ ଥିଲେ। ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଥିଲେ । ଶନିବାର ସେ ଗୁରୁତର ଅସୁସ୍ଥ ହୋଇ ପଡିଥିଲେ। ପରେ ତାଙ୍କୁ ସ୍ଥାନୀୟ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ଦେହାନ୍ତରେ ଜିଲାରେ ଶୋକରଛାୟା ଖେଳିଯାଇଛି।

Share this

Related Posts

ଦାବି ପୂରଣ ନେଇ ପାଚିକା ସଂଘ ର୍…

Udaya_Labanya | September 27, 2023 | 2 views |0

ଫୁଲବାଣୀ - (ସୁନୀଲ ପଟ୍ଟନାୟକ)ସରକାର ପାଚିକା ଓ ସହାୟିକା ମାନଙ୍କୁ ବିଭିନ୍ନ୍ ସମୟରେ ଦରମା ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ପ୍ରତାରଣା କରୁଥିବା ରୁ ପାଚିକା ସଂଘ ପକ୍ଷ୍ୟରୁ ଫୁଲବାଣୀ ଠାରେ ବିଭିନ୍ନ୍ ଦାବି ପୂରଣ ନେଇ ରାଲି…

କନକ କୁମାର ମାଝୀ ନୂତନ ଟାଉନ୍ ଥାନା…

Udaya_Labanya | September 27, 2023 | 7 views | 0

ଫୁଲବାଣୀ (ସୁନୀଲ ପଟ୍ଟନାୟକ)କନକ କୁମାର ମାଝୀ ଫୁଲବାଣୀ ଟାଉନ୍ ଥାନା ର୍ ନୂତନ ଥାନା ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି l ଫଳରେ ବିଭିନ୍ନ୍ ସଂଗଠନ ପକ୍ଷରୁ ନୂତନ ଥାନା ଅଧିକାରୀ ମାଝୀ ଙ୍କୁ ସ୍ୱାଗତ୍ ସମ୍ବର୍ଦ୍ଧନା ଦିଆଯାଇଥିଲା lଗୃହ…

Leave a Reply

Your email address will not be published. Required fields are marked *

Archives

Categories