ବନବାସୀ ସେବା ସମିତି ପରିସରରେ ବିଶ୍ଵନାଥ ପଟ୍ଟନାୟକ ଙ୍କ ଦ୍ଵାଦଶ ଶ୍ରାଦ୍ଧବାର୍ଷିକୀ ପାଳନ

Udaya_Labanya | March 29, 2022 | 16 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସର୍ବୋଦୟ ନେତା ତଥା ବନବାସୀ ସେବା ସମିତି ର ପ୍ରାଣ ପ୍ରତିଷ୍ଠାତା ବିଶ୍ଵନାଥ ପଟ୍ଟନାୟକଙ୍କ ଦ୍ଵାଦଶ ଶ୍ରାଦ୍ଧବାର୍ଷିକୀ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ସହ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସ୍ଵାଗତ ସମ୍ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ ଉତ୍ସବରେମୁଖ୍ୟ ଅତିଥି ଭାବେଅବସର ପ୍ରାପ୍ତ ପ୍ରାଧ୍ୟାପକ ଡ଼.ମଧୁସୂଦନ ମହାପାତ୍ର ମୁଖ୍ୟବକ୍ତା ଭାବେ ଅଧ୍ୟାପକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ସମ୍ମାନନୀୟ ଅତିଥି ଭାବେ ସସ୍ମିତା ପଣ୍ଡା, ବିଜ୍ଞାପିତ ଅଞ୍ଚଳ ପରିଷଦର ନୂତନ ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଶିକ୍ଷକ ଅଲେଖ ରଣା, ସୁପ୍ରିୟା ପରବିନ୍ ଛାତ୍ର ଛାତ୍ରୀ ଅନ୍ତେବାସୀ ସ୍ମୃତି ଚାରଣ କରିଥିଲେ। ପ୍ରାରମ୍ଭିକ ଓ ଉଦଯାପନୀ ସଙ୍ଗୀତ ବନବାସୀ ସେବା ସମିତିର ଅନ୍ତେବାସୀ ଶିକ୍ଷକ ଶଙ୍କର ବେହେରା ପରିବେଷଣ କରିଥିଲେ।ସର୍ବଧର୍ମ ପ୍ରାର୍ଥନା ସଭା ଆୟୋଜନ କରି ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ଶେଷରେ ବିଶ୍ଵଜିତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories