ବାଲିଗୁଡ଼ା ଏନଏସିର ଉପାଧ୍ୟକ୍ଷା ଭାବେ ଶାନ୍ତି ନାୟକ ନିର୍ବାଚିତ

Udaya_Labanya | April 7, 2022 | 15 views |0 | Breaking News

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିର ଉପାଧ୍ୟକ୍ଷା ଭାବେ ବିଜୁ ଜନତା ଦଳରୁ ପ୍ରାର୍ଥିନୀ ହୋଇଥିବା ଶାନ୍ତି ନାୟକ ନିର୍ଦ୍ୱନ୍ଦରେ ବିଜୟୀ ହୋଇଛନ୍ତି l ଶାନ୍ତିଙ୍କ ପ୍ରସ୍ତାବକ ଭାବେ ବିଭୂତି ଭୂଷଣ ଲହରିଆ ଥିବା ବେଳେ ପଦ୍ମାଳୟା ନାୟକ ସମର୍ଥକ ଭାବେ ଥିଲେ l ଶାନ୍ତି ନାୟକ ବିଜେଡି ବାଲିଗୁଡା ୫ ନଂ.କାଉନସିଲର ଭାବେ ନିର୍ବାଚିତ ହୋଇଥିଲେ l ବିଜୟୀ ହେବା ପରେ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ, ମନ୍ତ୍ରୀ ତଥା ଜିଲ୍ଲା ପ୍ରଭାରୀ ପ୍ରତାପ ଜେନା, ବାଲିଗୁଡା ବିଧାୟକ ଚକ୍ରମଣି କହଁର, ଜିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ, ବାଲିଗୁଡା ବ୍ଳକ ବିଜେଡି ସଭାପତି ଟୁନା ଦାସ ଓ ଅନ୍ୟମାନଙ୍କୁ କୃତଜ୍ଞତା ଜଣାଇବା ସହ ବାଲିଗୁଡା ଏନଏସିର ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି l ତାଙ୍କର ଏହି ବିଜୟର ଶ୍ରେୟ ସେ ବାଲିଗୁଡା ବ୍ଲକ ବିଜେଡି ସଭାପତି ଟୁନା ଦାସଙ୍କୁ ଦେଇଛନ୍ତି lସେ ଆହୁରୀ ମଧ୍ୟ କହିଛନ୍ତି ଯେ, ସେ ବିଶେଷ କରି ମହିଳାମାନଙ୍କ ବିକାଶ ଦିଗରେ ପ୍ରାଧାନ୍ୟ ଦେବେ l ବିଜେଡି ମହିଳା ସଙ୍ଗଠନ ଯେପରି ଶକ୍ତିଶାଳୀ ଓ ମଜଭୁତ ହେବ ସେନେଇ ସେ ଉଦ୍ୟମ କରିବେ l ଉପାଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହେବାପରେ ଶାନ୍ତିଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି l

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories