ସଡ଼କ ଦୁର୍ଘଟଣାରେ ବରଗଡ଼ ଟାଉନ ଥାନା ଅଧିକାରୀ ସଦାନନ୍ଦ ପୂଜାରୀ ଆହତ
ବରଗଡ଼ (ସତ୍ୟ ନାରାୟଣ ପ୍ରଧାନ)
ଏକ ସରକାରୀ କାମରେ ଜଗସିଂହପୁର ଜିଲ୍ଲା କୁ ଯାଇ ଗତକାଲି ରାତିରେ ବରଗଡ଼ କୁ ଫେରୁଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ବରଗଡ଼ ଟାଉନ ଥାନା ଅଧିକାରୀ ସଦାନନ୍ଦ ପୂଜାରୀ ଗୁରୁତର ଆହତ ହୋଇଛନ୍ତି। ବରଗଡ଼ ଆସିବା ସମୟରେ କଟକ ନିକଟରେ ସେ ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ। ଉକ୍ତ ସମୟରେ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସଂଗେ ସଂଗେ ଭୁବନେଶ୍ଵର ସ୍ଥିତ ଆପୋଲୋ ହସ୍ପିଟାଲ ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ତାଙ୍କର ଦୁଇ ଗୋଡ଼ ଭାଙ୍ଗି ଯାଇଥିବା ବେଳେ ମୁଣ୍ଡ ରେ ଆଘାତ ଲାଗିଛି। ବର୍ତ୍ତମାନ ସେ ବିପଦ ମୁକ୍ତ ଥିବା ଜଣାପଡିଛି।
Odia 









































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































