#Breaking News

ଲାଞ୍ଚ ନେବା ଘଟଣା: କୋର୍ଟ ଚାଲାଣବେଳେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଜନସ୍ବାସ୍ଥ୍ୟ ଅଧିକାରୀ

ବରଗଡ଼:ଲାଞ୍ଚ ନେବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ଆଜି ପୂର୍ବାହ୍ନରେ ସମ୍ବଲପୁର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଚ୍ଚ ରକ୍ତଚାପ ଯୋଗୁ ଡା. ସାହୁ ଅସୁସ୍ଥତା ଅନୁଭବ କରିଥିଲେ ଏବଂ ଏହାପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ ମହାନନ୍ଦ କହିଛନ୍ତି।
ଉଲ୍ଲେଖଯୋଗ୍ୟଯେ ଜଣେ ହୋଟେଲ ମାଲିକଙ୍କ ଖାଦ୍ୟ ନିରାପତ୍ତା ଲାଇସେନ୍ସ କରିଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଡା. ସାହୁ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଆଜି ତାଙ୍କୁ ସମ୍ବଲପୁର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଉଥିଲା। ମାତ୍ର ଯିବା ବାଟରେ ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave a comment

Your email address will not be published. Required fields are marked *