ଜିଲ୍ଲା ସ୍ତରୀୟ ଇତିହାସ କଂଗ୍ରେସ ଉଦଘାଟିତ

Udaya_Labanya | April 25, 2022 | 18 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁବାଷ ବୋଷ କନିଷ୍ଠ ମହାବିଦ୍ୟାଳୟରେ ରବିବାର ଦିନ ଜିଲ୍ଲା ସ୍ତରୀୟ ଇତିହାସ କଂଗ୍ରେସ ଉଦଘାଟିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମକୁ ଏନଏସବି କନିଷ୍ଠ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସୁନୀଲ କୁମାର ପାତ୍ର ସଭାପତିତ୍ୱ କରି ପରିଚାଳନା କରିଥିଲେ l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଖଲିକୋଟ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ଼ଃ ମନ୍ମଥ ପାଢ଼ୀ, ସମ୍ମାନିତ ଅତିଥି ତଥା ମୁଖ୍ୟ ବକ୍ତା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗର ବିଭାଗୀୟ ମୁଖ୍ୟ ଡ଼ଃ ସଦାନନ୍ଦ ନାୟକ ଅଂଶଗ୍ରହଣ କରି କନ୍ଧମାଳ ଜିଲ୍ଲାର ଐତିହ୍ୟ, ପରମ୍ପରା, ଓ କୀର୍ତ୍ତିରାଜି ଉପରେ ଗୁରୁତ୍ୱ ଦେଇ ଇତିହାସ କଂଗ୍ରେସର ଲକ୍ଷ୍ୟ, ଉଧେଶ୍ୟ ଓ ଆଗାମୀ ଦିନରେ ଇତିହାସ କଂଗ୍ରେସ ରେ କନ୍ଧମାଳ ଜିଲ୍ଲାର ସମସ୍ତେ ସାମିଲ ହୋଇପାରିବେ ବୋଲି ଆହ୍ୱାନ ଦେଇଥିଲେ l ଏହି ଭବ୍ୟ ସମାବେଶରେ ଜିଲ୍ଲାର ସମସ୍ତ +୨ ଓ +୩ ମହାବିଦ୍ୟାଳୟର ଇତିହାସ ବିଭାଗ ଅଧ୍ୟାପକ, ଅଧ୍ୟାପିକା ଓ ଗବେଷକ ଯୋଗଦେଇ ନିଜ ନିଜର ଗୁରୁତ୍ୱପୂର୍ଣ୍ଣ ମତାମତ ପ୍ରଦାନ କରିଥିଲେ l ଅଧ୍ୟାପକ ସତ୍ୟରଞ୍ଜନ ପାଣିଗ୍ରାହୀ ସ୍ୱାଗତ ଭାଷଣ ଦେବାସହ ଅଧ୍ୟାପକ ଦୁଃଖିଶ୍ୟାମ ମହାରଣା ଅତିଥି ପରିଚୟ ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କଦ୍ୱାରା ପ୍ରାରମ୍ଭିକ ସଂଗୀତ, ଓଡିଶୀ ନୃତ୍ୟ ଓ ଆଦିବାସୀ ନୃତ୍ୟ ପରିବେଷଣ କରିଥିଲେ l ଏହି ସମାବେଶରେ ଜଳ ସଂଚୟ କର ଜୀବନ ବଞ୍ଚାଅ save water, save life, ଉପରେ ଏକ କ୍ଷୁଦ୍ର ଚଳଚିତ୍ର ପ୍ରଦର୍ଶିତ ହୋଇଥିଲା l ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷା କର୍ମଚାରୀ ମନେ ଉପସ୍ଥିତ ଥିଲେ l ଅଧ୍ୟକ୍ଷ ସୁନୀଲ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 8 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 18 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories