୩୦ ମେ’ରୁ ଜୀ ସାର୍ଥକରେ ନୂଆ ମେଗା ସିରିୟଲ ‘ସୁନାଝିଅ’

Udaya_Labanya | May 23, 2022 | 32 views |0 | Breaking News

ଭୁବନେଶ୍ୱର : ଜୀ ସାର୍ଥକରେ ପୁଣି ଏକ ନୂଆ ସିରିୟଲ ଆରମ୍ଭ ହେବାକୁ ଯାଉଛି । ଯାହାର ନାଁ ରହିଛି ‘ସୁନା ଝିଅ’ । ଆସନ୍ତା ମେ ୩୦ରୁ ପ୍ରତ୍ୟେକ ଦିନ ସଂଧ୍ୟା ୭ଟା ୩୦ରେ ଏହା ପ୍ରସାରିତ ହେବ । ଏଥିରେ ଓଡିଆ ଘରର ନିଛକ କାହାଣୀକୁ ସ୍ଥାନ ଦିଆଯାଇଛି । ମା’ର ସୁରକ୍ଷା ଓ ସମ୍ମାନ ପାଇଁ କିଭଳି ଝିଅ ନିଜକୁ ପ୍ରସ୍ତୁତ କରିଛି ତାହାର ଝଲକ ଏହି ମେଗା ଧାରାବାହିକରେ ଦେଖିବାକୁ ମିଳିବ । ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇ କଠିନ ପରିଶ୍ରମ ବଳରେ ଝିଅଟିଏ ନିଜ ସ୍ବପ୍ନ ପୂରଣ କରିବା ସହ ଗୃହିଣୀ ମାଆ ପାଇଁ ଓ ସମାଜ ପାଇଁ ସୁନାଝିଅ ହେବା ଛୋଟିଆ କଥା ନୁହେଁ । ଯାହା କରିବାକୁ ଚେଷ୍ଟା କରିଛି ଝିଅଟିଏ । ପ୍ରକୃତରେ ଝିଅଟି ‘ସୁନାଝିଅ’ ହୋଇପାରୁଛି କି ନାହିଁ ତାହା ଏଥିରେ ଦେଖିବାକୁ ମିଳିବ । ଧାରାବାହିକରେ ଅର୍ପିତା କରଙ୍କୁ ମା ଭୂମିକାରେ ଦେଖିବାକୁ ମିଳିବ । ଝିଅ ଭୂମିକାରେ ନଜର ଆସିବେ ରଜ କୁଇନ୍ ୨୦୨୨ର ପ୍ରତିଯୋଗୀ ଅଙ୍କିତାଙ୍କୁ । ଅନ୍ୟପଟେ ମଡେଲ ମାନସଙ୍କୁ ମଧ୍ୟ ଏଥିରେ ଭିନ୍ନ ଭୂମିକାରେ ଦେଖିବାକୁ ମିଳିବ ।
ଓଡିଆ ଦର୍ଶକଙ୍କୁ ପୂର୍ବରୁ ଅନେକ ମେଗା ସିରିୟଲ ଭେଟି ଦେଇଛି ଜୀ ସାର୍ଥକ । ଏବେ ପୁଣି ଆସନ୍ତା ୩୦ ତାରିଖରୁ ପ୍ରତ୍ୟେକ ଦିନ ସଂଧ୍ୟା ୭ଟା ୩୦ରେ ଏହା ପ୍ରସାରିତ ହେବାକୁ ଥିବା ବେଳେ ଏହି ନୂଆ ମେଗା ଧାରାବାହିକ ପୁଣିଥରେ ଟେଲି ଦୁନିଆରେ ଧମାଲ କରିବ ବୋଲି କୁହାଯାଇପାରେ ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଠଗଡ ସାହିତ୍ୟ ସମାଜ କବିତା ଆସର ଅନୁଷ୍ଠିତ

Udaya_Labanya | February 5, 2023 | 98 views |0

ଆଠଗଡ(ଉଲ୍ଲାପ୍ର )ଆଠଗଡ ସାହିତ୍ୟ ସମାଜର କବିତା ଆସର ସ୍ଥାନୀୟ ମହାତ୍ମାଗାନ୍ଧୀ ଇଂରାଜୀ ମିଡ଼ିଅମ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି,ଉପସଭାପତି ସୁରେଶ ଚନ୍ଦ୍ର ପରିଡାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଖୁଣ୍ଟୁଣୀ ରାଧାନାଥ ରଥ ବିଜ୍ଞାନ ମହାବିଦ୍ୟାଳୟର ଇତିହାସ ବିଭାଗ…

ଆବାସ ଯୋଜନା ଦୁର୍ନୀତି ନେଇ ତିଗିରିଆ ବ୍ଲକ…

Udaya_Labanya | February 4, 2023 | 15 views | 0

ତିଗିରିଆ (ଉଲ୍ଲାପ୍ର )କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟରେ ଶାସକ ଦଳ ଦଳୀୟ ଭିତିରେ ବାଣ୍ଟୁ ଥିବା ଯୋଗୁ ଏବେ ରାଜ୍ୟରେ ବିଜେପି ଦଳ ପ୍ରତି ବ୍ଲକ ଆଗରେ ଧାରଣା ଦେଉଛି, ଶନିବାର ଦିନ କଟକ ଜିଲ୍ଲା ଆଠଗଡ ନିର୍ବାଚନ…

Leave a Reply

Your email address will not be published. Required fields are marked *

Archives

Categories