ମେ ୩୦ ରୁ ଜୀ ସାର୍ଥକରେ ଆସୁଛି ଏକ ଭିନ୍ନ ଧରଣର ରିୟାଲିଟି ଶୋ “ଦିଦି ନମ୍ବର ୱାନ୍”

Udaya_Labanya | May 25, 2022 | 113 views |0 | Breaking News

ଭୁବନେଶ୍ୱର (ଉଲାପ୍ର) : ଓଡ଼ିଆ ମନୋରଞ୍ଜନ କ୍ଷେତ୍ରରେ ପୁଣି ଏକ ମାଇଲଷ୍ଟୋନ ତିଆରି କରିବାକୁ ଯାଉଛି ଜୀ ସାର୍ଥକ । ମହିଳାମାନଙ୍କ ପାଇଁ ଚ୍ୟାନେଲ ତରଫରୁ ପ୍ରସ୍ତୁତ ହୋଇଛି ନୂଆ ମନୋରଞ୍ଜନ କାର୍ଯ୍ୟକ୍ରମ ଯାହାର ନାଁ ରହିଛି “ଦିଦି ନମ୍ବର ୱାନ୍” । ଆସନ୍ତା ମେ ୩୦ ତାରିଖରୁ ଏହାର ପ୍ରସାରଣ ହେବାକୁ ଥିବା ବେଳେ ଓଡ଼ିଆ ଟେଲିଭିଜନ ପରଦାର ଲୋକପ୍ରିୟ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ’ର ହୋଷ୍ଟ କରିବେ । ପ୍ରତି ସୋମବାରରୁ ଶନିବାର ସଂଧ୍ୟା ୫ଟାରେ “ଦିଦି ନମ୍ବର ୱାନ୍” ର ପ୍ରସାରଣ ସମୟ ରଖା ଯାଇଛି । ସେହିପରି ରବିବାର ରାତି ୮ :୩୦ରେ ଏହି କାର୍ଯ୍ୟକ୍ରମର ସ୍ପେସିଆଲ ଏପିସୋଡ ପ୍ରସାରଣ ହେବ ବୋଲି ଚ୍ୟାନେଲ ତରଫରୁ ସୂଚନା ଦିଆଯାଇଛି ।

ଓଡ଼ିଆ ପରିବାରର ଗୁଣବତୀ,ବୁଦ୍ଧିମତୀ ଓ କଳାବତୀ ମହିଳାମାନେ ଦିଦି ନମ୍ବର ୱାନ୍‌ରେ ନିଜ ଅନ୍ତର୍ନିହିତ ଗୁଣକୁ ଦେଖାଇ ନିଜର ଏକ ସ୍ୱତନ୍ତ୍ର ପରିଚୟ ପାଇପାରିବେ । ବିଭିନ୍ନ ପ୍ରକାର ଖେଳ ମାଧ୍ୟମରେ ପ୍ରତିଯୋଗୀମାନେ ଭାଗ ନେଇ ନିଜର ବୁଦ୍ଧିକୁ ଦେଖେଇପାରିବେ ଏବଂ ତା ସହିତ ବହୁତସାରା ଏକ୍ସ|ଇଟିଙ୍ଗ ଗିଫ୍ଟ ଜିତିବାର ସୁଯୋଗ ପାଇପାରିବେ । ଏହାର ଅଡିସନ ଓଡ଼ିଶାର ବିଭିନ୍ନ ସହରରେ ଆରମ୍ଭ ହୋଇଯାଇଛି | ମନୋରଞ୍ଜନ ଦୁନିଆରେ ପ୍ରଥମ ଥର ପାଇଁ ଏଭଳି ଏକ ଶୋ’ର ପରିକଳ୍ପନା କରିଛି ଜୀ ସାର୍ଥକ । ସବୁବେଳେ ଓଡ଼ିଆ କଳା ଓ ସଂସ୍କୃତି ସହ ଦର୍ଶକଙ୍କ ରୁଚିକୁ ଗୁରୁତ୍ୱ ଦେଇ ଆସୁଥିବା ଜୀ ସାର୍ଥକ ଏଥର ମହିଳାମାନଙ୍କ ପାଇଁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି ।

ଆଲବମ ଓ ଟେଲିଭିଜନ ପରଦାରେ ଘରେ ଘରେ ପରିଚିତ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ’ରେ ହୋଷ୍ଟ କରିବେ । ଶହେରୁ ଅଧିକ ଆଲବମରେ ଲିପି ନାୟିକା ଭାବରେ ଅଭିନୟ କରିଛନ୍ତି । ମେଘରେ ମେଘ ଠାରୁ ନେଇ ଜାଈଫୁଲ ଯାଏଁ ଶହେରୁ ଅଧିକ ହିଟ୍ ମ୍ୟୁଜିକ ଭିଡିଓ ଦେଇଛନ୍ତି ଲିପି । ସେହିଭଳି ଟେଲି ସିରିୟଲ ମାଧ୍ୟମରେ ଲିପି ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛନ୍ତି । ଏବେ “ଦିଦି ନମ୍ବର ୱାନ”ରେ ହୋଷ୍ଟ ହୋଇ ମହିଳାମାନଙ୍କୁ ସେମାନଙ୍କର ଅନ୍ତର୍ନିହିତ ଗୁଣକୁ ଦେଖାଇବାରେ ଉତ୍ସାହିତ କରିବେ ଲିପି । ବିଭିନ୍ନ ଶୋ ମାଧ୍ୟମରେ ବାରମ୍ବାର ହିଟ୍ ଦେଉଥିବା ଜୀ- ସାର୍ଥକର ‘ଦିଦି ନମ୍ବର ୱାନ୍’ ଶୋ’ ବି ଏଥର ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବ ବୋଲି ଚ୍ୟାନେଲ୍ ପକ୍ଷରୁ କୁହାଯାଇଛି |

Share this
  •  
  •  
  •  
  •  
  •  
  •  
  •  

Related Posts

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ…

Udaya_Labanya | January 28, 2023 | 1 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର…

ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Udaya_Labanya | January 28, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି।ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ…

Leave a Reply

Your email address will not be published. Required fields are marked *

Archives

Categories