ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ଜଳଛାୟା ପ୍ରକଳ୍ପ ସହାୟକ

Udaya_Labanya | May 26, 2022 | 99 views |0 | Breaking News


ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡି ବସିଛି ଭିଜିଲାନ୍ସ । ୪ଟି ପୋଖରୀ ଖୋଳା କାମ ବାବଦରେ ବିଲ କରିବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ନେଲା ବେଳେ କୁର୍ତ୍ତମଗଡ଼ ଠାରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଛନ୍ତି । ତାଙ୍କ ନିକଟରୁ ରଙ୍ଗବୋଳା ଟଙ୍କା ଜବତ କରାଯାଇଛି । ଏଥିସହ ନଗେନ୍ଦ୍ରନାଥଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ଚଢ଼ାଉ ଜାରି ରହିଛି ।ସୂଚନା ଅନୁସାରେ, ଜଳଛାୟା ବିଭାଗ ପକ୍ଷରୁ ତୁମୁଡିବନ୍ଧ ବ୍ଲକ କୁର୍ତମଗଡ଼ ପଞ୍ଚାୟତ ଡୁ଼ପୀ, ଇଡିପଦର ଗାଁରେ ୪ଟି ପୋଖରୀ ଖନନ କାର୍ଯ୍ୟ ହୋଇଥିଲା । ଏହାର ବିଲ କରିବା ପାଇଁ ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ହିତାଧିକାରୀଙ୍କୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ହିତାଧିକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ପୂର୍ବ ଯୋଜନା ମୁତାବକ ହିତାଧିକାରୀ ଜଣକ କୁର୍ତମଗଡ଼ରେ ତାଙ୍କୁ ଟଙ୍କା ଦେବା ବେଳେ ଭିଜିଲାନ୍ସ କର୍ମଚାରୀ ତାଙ୍କୁ ମାଡି ବସିଥିଲେ । ଏ ନେଇ ଭିଜିଲାନ୍ସ କେଶ ନଂ.୦୬/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ରଖିଥିବା ଜଣାପଡିଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ…

Udaya_Labanya | January 28, 2023 | 1 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର…

ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Udaya_Labanya | January 28, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି।ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ…

Leave a Reply

Your email address will not be published. Required fields are marked *

Archives

Categories