ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୭୫ଟି ଦୀପଦାନ ଓ ଜାତୀୟ ସଙ୍ଗୀତ ଗାନ

Udaya_Labanya | August 14, 2022 | 15 views |0 | Breaking News


ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ମୁଣ୍ଡାସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଦ୍ବାରା ୭୫ଟି ଦୀପଦାନ ସହ ଜାତୀୟ ସଙ୍ଗୀତ ଗାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡ ସ୍ତରୀୟ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ ତଥା ଶିକ୍ଷକ ତୀର୍ଥବାସୀ ଘଡ଼େଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଦେଶ କିଭଳି ସ୍ବାଧୀନତା ଲାଭ କରିଥିଲା ଏବଂ ଦେଶ ସ୍ବାଧିନରେ ମହାପୁରୁଷମାନଙ୍କ ଭୁମିକା ଓ ବଳୀୟାନ ବିଷୟରେ ଆଲୋକପାତ କରିଥିଲେ। ଏଥିସହିତ ଆଜିଠାରୁ ଅର୍ଥାତ୍ ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଘରେଘରେ ତ୍ରିରଙ୍ଗା ଉଡ଼ାଇବା ସହ ଭାରତ ମା’ର ସେବାରେ ନିଜକୁ ଉତ୍ସର୍ଗୀକୃତ କରିବାସହ ନିଜକୁ ଗୌରାବନ୍ବିତ ମନେକରିବାକୁ ଆହ୍ବାନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ୍ ନାୟକ, ସହକାରୀ ଶିକ୍ଷକ ସୁରେନ୍ଦ୍ର କୁମାର ଦାଶ ଓ ତପନ ଦିଗାଳଙ୍କ ସହ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories