କୋଟଗଡ ଥାନା ଅଞ୍ଚଳରେ ମାଓ ପୋଷ୍ଟର : ବିଭିନ୍ନ ରାଜ ନେତାଙ୍କୁ ମାଓବାଦୀଙ୍କ ଚେତାବନୀ !

Udaya_Labanya | September 5, 2022 | 21 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳରେ ପୁଣି ଲାଗିଲା ମାଓବାଦୀଙ୍କ ହାତ ଲେଖା ପୋଷ୍ଟର l ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନାର ଜାମଝୋର ଛକରେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ପ୍ରତିନିଧି ମନୋଜ ସାବତ, ପୂର୍ବତନ ବିଡ଼ିଓ କୈଳାଶ ଚନ୍ଦ୍ର ମୁର୍ମୁ ଓ଼ ବ୍ଲକ କ୍ୟାସିଅର ଛବି ବାବୁଙ୍କ ନାମରେ ଲାଗିଛି ପୋଷ୍ଟର l ବିଭିନ୍ନ ଦୁର୍ନୀତିରେ ଛନ୍ଦିହୋଇ ସରକାରୀ ଅର୍ଥ ହରି ଲୁଟ ଏବଂ ରାଜସ୍ବ ବିଭାଗକୁ ହାତକରି ଜଙ୍ଗଲ ଜମି ନିଜ ଅକ୍ତିଆରକୁ ନେବା ଭଳି ସଙ୍ଗୀନ ଅଭିଯୋଗ ସତ୍ୱେ ଭିଜିଲାନ୍ସ ବିଭାଗ ଧରୁନଥିବାରୁ ମାଓବାଦୀ ସଂଗଠନ ବିରୋଧ କରୁଛି ବୋଲି ପୋଷ୍ଟରେ ଲେଖାଯାଇଛି l ଜ଼ିଲ୍ଲାରେ କିଛି ସାମ୍ବାଦିକ ଶାସକ ଦଳ ଓ଼ ପ୍ରଶାସନର ଗୋଲାମଗିରି କରି ଦୁର୍ନୀତିକୁ ଘଣ୍ଟ ଘୋଡାଉଛନ୍ତି ଆମେ ତାହାର ଖୁଲାସା କରିବୁ l ଭିଜିଲାନ୍ସ ବିଭାଗ ନ ଧରିଲେ ଆମେ ବସନ୍ତ ଭାଟଙ୍କ ପରି ହତ୍ୟା କରିବୁ ବୋଲି ପୋଷ୍ଟରେ ଉଲ୍ଲେଖ ରହିଛି l ସିପିଆଇ ମାଓବାଦୀ ଡିଭିଜନ ବାଘୁନା କମିଟି ବୋଲି ଲଗାଯାଇଥିବା ପୋଷ୍ଟରରେ ଲେଖାଯାଇଛି l ପୋଷ୍ଟର ପରେ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି l ତେବେ ଏହି ପୋଷ୍ଟର ମାଓବାଦୀ ଲଗାଇଛନ୍ତି ନା ଆଉ କେହି ଦୁର୍ବୁତ୍ତ ମାଓବାଦୀ ନାଁରେ ପୋଷ୍ଟର ଲଗାଇ ଭୟ ସୃଷ୍ଟି କରିବାକୁ ଚେଷ୍ଟା କରୁଛି ତାହା ତଦନ୍ତ କଲେ ଜଣାପଡିବ l

Share this

Related Posts

ନୂଆପାଟଣା ବୌଦ୍ଧ ସଂଘ ଦ୍ୱାରା ଶାନ୍ତିପୂର୍ଣ କ୍ୟାଣ୍ଡେଲ…

Udaya_Labanya | June 10, 2023 | 17 views |0

l ନୂଆପାଟଣା ( ଉଲ୍ଲାପ୍ର )ଶୁକ୍ରବାର ସନ୍ଧ୍ୟା ୭ ଘଟିକା ୩୦ ମିନିଟ ସମୟରେ ଐତିହାସିକ ବୋଧିବୃକ୍ଷ ବୋଧିଦ୍ରୁମ ବୁଦ୍ଧ ବିହାର ଠାରେ ନୂଆପାଟଣା ବୋୖଦ୍ଧ ସଂଘ ତରଫରୁ ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀଙ୍କ ସ୍ମୃତିଚାରଣ ଓ…

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views | 0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

Leave a Reply

Your email address will not be published. Required fields are marked *

Archives

Categories