ବଲସକୁମ୍ପା ହାଇସ୍କୁଲରେ ସ୍ୱେଚ୍ଛାସେବୀ ଅନ୍ୱେଷଣ କାର୍ଯ୍ୟକ୍ରମ

Udaya_Labanya | September 11, 2022 | 33 views |0 | Uncategorized


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଖଜୁରୀପଡା ବ୍ଲକର ବଲସକୁମ୍ପା ପଞ୍ଚାୟତ ଅନ୍ତର୍ଗତ ବଲସକୁମ୍ପା ହାଇସ୍କୁଲରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱେଚ୍ଛାସେବୀ ଅନ୍ବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଅଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ମେହେର ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାନନ ବେହେରା, ବନ୍ଦନା ପଟ୍ଟନାୟକ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅନ୍ତର୍ଯ୍ୟାମୀ ଦଳବେହେରା ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସ୍ୱେଚ୍ଛାସେବୀ ଚନ୍ଦ୍ରମଣି ଦେହୁରୀ, ରୀତିମା ବାଘ, ସୋନାଲି ଦିଗାଲ, ମେଘାରାଣୀ ମହାପାତ୍ର, ଚନ୍ଦନ ପୃଷ୍ଟି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ରେ ସ୍କୁଲର ଛାତ୍ରଛାତ୍ରୀ ଏବଂ ନେହରୁ ଯୁବ କେନ୍ଦ୍ରର ସ୍ୱେଚ୍ଛା ସେବୀ ପ୍ରମୁଖ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ହେଲନ ଅଞ୍ଜଳି ସେଠୀ ପ୍ରଥମ, ଶ୍ରାବଣୀ ସେଠୀ ଦ୍ୱିତୀୟ ଏବଂ ଲଭଲି ବାହୁକ ତୃତୀୟ ସ୍ଥାନ ଅଧିକାର କରିଥିଲେ।

Share this

Related Posts

ଘର ସମ୍ମୁଖ ରୁ ବାଇକ୍ ଚୋରୀ

Udaya_Labanya | September 11, 2023 | 34 views |0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ଦିନକୁ ଦିନ ଚୋରୀ ଡକାୟତି, ରାହାଜlନୀ ବଢିବାରେ ଲାଗିଛି l ଲୋକେ ଆଉ ନିଜକୁ ଆଉ ସୁରକ୍ଷିତ ମଣୁ ନାହାନ୍ତି lଅଭିଯୋଗ କଲେ ଶୁଣିବାକୁ କିଏ ନାହିଁ lଟାଉନ୍ ଥାନା ପୋଲିସ ର ହୁଗୁଳl…

ବାଲିଗୁଡାରେ ୫-ଟି ସଚିବ ଭି କେ ପାଣ୍ଡିଆନ…

Udaya_Labanya | June 17, 2023 | 45 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କୁ ଦର୍ଶନ କରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ…

Leave a Reply

Your email address will not be published. Required fields are marked *

Archives

Categories