ସାଧନକେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ମେଳା

Udaya_Labanya | September 18, 2022 | 83 views |0 | Breaking News

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବାଲନ୍ଦାପଡା ପଞ୍ଚାୟତର ବଉପାଙ୍ଗା ଠାରେ ସାଧନ କେନ୍ଦ୍ର ସ୍ତରୀୟ ଏକ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ ମେଳା ଅନୁଷ୍ଠିତ ହୋଇଯାଇଛି। ଦୁଇଦିନ ଧରି ବାଲନ୍ଦାପଡା ଓ ଲୁଇସିଂ ପଞ୍ଚାୟତ ଅଧୀନରେ ଥିବା ସ୍କୁଲ ମାନଙ୍କର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଏହି କର୍ମଶାଳା ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟ ସାଧନ କର୍ମୀ ସିମାଞ୍ଚଳ ମୂଖି କାର୍ଯ୍ୟକ୍ରମରେ ତାଲିମ ଦାତା ଭାବରେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରି ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ପ୍ରଥମ ଶ୍ରେଣୀ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ବିକାଶ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଥିବା ବେଳେ କାର୍ଯ୍ୟକ୍ରମ ଉଦଘାଟନୀ ଉତ୍ସବରେ ବାଲାନ୍ଦାପଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ଦିପ୍ତୀରଂଜନ ନନ୍ଦ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।

Share this

Related Posts

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views |0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

ଶିବ ପ୍ରସାଦ ଭାରତୀୟ ମହିଳା କ୍ରିକେଟ ଟିମ…

Udaya_Labanya | June 7, 2023 | 4 views | 0

ଫୁଲବାଣୀ (ସୁନୀଲ ପଟନାୟକ )ବରିଷ୍ଠ କ୍ରିକେଟ ଖେଳାଳି,କନ୍ଧମାଳ ଜିଲ୍ଲା କ୍ରୀଡ଼ା ସଂଘ, ସମ୍ପାଦକ ଆଇନଜୀବୀ, ସାମ୍ବାଦିକ,ସଂଗଠକ ତଥା ଜଣାଶୁଣା ସମାଜସେବୀ ଶିବ ପ୍ରସାଦ ତ୍ରିପାଠୀ ଭାରତୀୟ ମହିଳା କ୍ରିକେଟ ଟିମ ମ୍ୟାନେଜେର ଭାବେ ନିଯୁକ୍ତ ହୋଇଛନ୍ତି l ଆସନ୍ତା କାଲି ସେ…

Leave a Reply

Your email address will not be published. Required fields are marked *

Archives

Categories