ଗାଜଲବାଡ଼ି ଘାଟିରେ ଭୂସ୍ଖଳନ: ଯାତାୟାତ ବାଧାପ୍ରାପ୍ତ

Udaya_Labanya | September 21, 2022 | 19 views |1 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଲଘୁଚାପ ଜନିତ ବର୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ନିକଟସ୍ଥ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହୋଇଥିବା ଦେଖିବାକୁ ମିଳିଛି । ଗୋପାଳପୁର-ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥ ସ୍ଥିତ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହେବା ଫଳରେ ରାସ୍ତା ଧସିବା ସହ ପାହାଡ଼ରୁ ପଥର ଖସିଥିବା ଦେଖିବାକୁ ମିଳିଛି । ଯାହା ଫଳରେ ଭାରିଯାନ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଯାହା ଫଳରେ ଉକ୍ତ ଦାରିଙ୍ଗବାଡ଼ି ଠାରୁ ସୋରଡା,ଆସ୍କା, ବ୍ରହ୍ମପୁରକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଉକ୍ତ ରାସ୍ତା ଦେଇ କେବଳ ଦୁଇ ଚକିଆ ଯାନକୁ ହିଁ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଅନୁମତି ଦିଆଯାଉଛି । ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଦାରିଙ୍ଗବାଡ଼ି ସ୍ଥିତ ଡବେରି ଠାରେ ଚେକ ପୋଷ୍ଟ କରାଯାଇ ଭାରି ଯାନକୁ ଏହି ରାସ୍ତାରେ ଅନୁମତି ଦିଆଯାଉନାହିଁ । ଦାରିଙ୍ଗବାଡ଼ି ଥାନା ଅଧିକାରୀ କୌଶିକ ମାଝୀ ଙ୍କ ନେତୃତ୍ୱ କ୍ରମେ ପୋଲିସ ଫୋର୍ସ ଉକ୍ତ ଚେକ ପୋଷ୍ଟରେ ଜଗି ରହିଛନ୍ତି । ଏହି ଭଳି ଭାବେ ସୋରଡା ପୋଲିସ ପକ୍ଷରୁ ମଧ୍ୟ ଭାରିଯାନ ସୋରୋଡା ଠାରୁ ଦାରିଙ୍ଗବାଡ଼ିକୁ ଛଡା ଯାଉନାହିଁ । ଏଣୁ ସମସ୍ତ ଗାଡି ଭଞ୍ଜନଗର,କଳିଙ୍ଗା,ଉଦୟଗିରି ଦେଇ ଯାତାୟାତ କରିପାରିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 12 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories