କନ୍ଧମାଳ : ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

Udaya_Labanya | October 6, 2022 | 8 views |0 | Breaking News


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଦଶହରା ପର୍ବରେ ଏକ ଦୁଃଖଦ ଖବର ଶୁଣିବାକୁ ମିଳିଛି l କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ବନ୍ଧଗଡ଼ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ବରାଳଦେବୀଙ୍କ ମନ୍ଦିର ପାଖରେ ଥିବା ପୋଖରୀରେ ବୁଡି ଯାଇ ଜଣେ ୫୫ ବର୍ଷର ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି I ତେବେ ମୃତ ବ୍ୟକ୍ତି ଜଣକ କନ୍ଧମାଳ ଜିଲ୍ଲା ବାଲିଗୁଡାର ହୋଇଥିବା ବେଳେ ତାଙ୍କ ନା ଗୁମାନ ସିଂ ସାହାଣୀ ବୋଲି ଜଣାପଡିଛି I ସୂଚନା ଅନୁସାରେ ମୃତ ବ୍ୟକ୍ତି ଜଣକ ଗତକାଲି ବନ୍ଧଗଡ଼ ଗାଁରେ ରହୁଥିବା ତାଙ୍କ ଭଉଣୀ ଘରକୁ କୌଣସି କାମରେ ଆସିଥିଲେ I ସକାଳ ପ୍ରାୟ ଦଶଟା ସମୟରେ ତାଙ୍କ ଭିଣୋଇଙ୍କ ସହ ପୋଖରୀକୁ ଗାଧେଇବାକୁ ଯାଇ ପୋଖରୀରେ ବୁଡ଼ିଯାଇ ଥିଲେ I ଖବର ପାଇଁ ସାରଙ୍ଗଗଡ଼ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଂଚି ପ୍ରାୟ ଦୁଇଘଣ୍ଟା ପରିଶ୍ରମ କଲା ପରେ ପୋଖରୀରୁ ମୃତ ଦେହ ଉଦ୍ଧାର ହୋଇଥିଲା I ଅନ୍ୟପଟେ ଘଟଣା ସ୍ଥଳରେ ଫିରିଙ୍ଗିଆ ପୋଲିସ ପହଂଚି ଶବ ଜବତ କରିବା ସହ ଶବର ପଞ୍ଚନାମା କରିବା ସହ ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ପଠାଇ ଦେଇ ଅଧିକ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ପି.ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି l

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 6 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories