ଆଶ୍ରମ ବିଦ୍ୟାଳୟର ନାବାଳିକା ଛାତ୍ରୀ ମୃତ୍ୟୁ ଘଟଣା: ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

Udaya_Labanya | October 17, 2022 | 9 views |0 | Breaking News


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପାରୁ ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ମୃତପିଲା ଜନ୍ମ ଦେବା ଓ ପରେ ତାଙ୍କର ମୃତ୍ୟୁ ହେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ଲାଗିରହିଛି। ପ୍ରକୃତ ଦୋଷୀଙ୍କୁ ପୋଲିସ ତଦନ୍ତ ପରିସର ଭୁକ୍ତ କରୁନାହିଁ। ଦୋଷୀଙ୍କୁ ଘଣ୍ଟ ଘୋଡାଯାଉଛି ବୋଲି ଅଭିଯୋଗ ହୋଇଛି। ତେବେ ତୁରନ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ କନ୍ଧମାଳ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଭାଜପା ଯୁବ ମୋର୍ଚ୍ଚା କର୍ମକର୍ତ୍ତା ଏବଂ ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଫୁଲବାଣୀ ମାଦିକୁନ୍ଦା ଛକ ରୁ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା। ଜିଲାରେ ବାରମ୍ବାର ଆଦିବାସୀ ନାବାଳିକାଙ୍କୁ ନେଇ ଏଭଳି ଘଟଣା ଲୋକାଲୋଚନକୁ ଆସୁଛି। କିନ୍ତୁ ପ୍ରଶାସନ କୁମ୍ଭକର୍ଣ୍ଣ ନିଦ୍ରାରେ ରହି ଆଦିବାସୀଙ୍କ ଜୀବନ ସହ ଖେଳୁଛି ବୋଲି ଯୁବମୋର୍ଚ୍ଚା ସଭାପତି ଗୋଲକ ବିହାରୀ କହଁର ଏବଂ ସାଧାରଣ ସମ୍ପାଦକ ଜଗନ୍ନାଥ ସାହୁ ପ୍ରମୁଖ କହିଛନ୍ତି। ରାଜ୍ୟ ସଂଯୋଜକ ନାରାୟଣ କର୍ମୀ କାର୍ଯ୍ୟକ୍ରମରେ ସାମିଲ ହୋଇ କେବଳ ଭୋଟ ରାଜନୀତି ପାଇଁ ଆଦିବାସୀଙ୍କୁ ରାଜ୍ୟ ସରକାର ବ୍ୟବହାର କରୁଛନ୍ତି ବୋଲି ସେ କହିଛନ୍ତି।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories