ଚେନ୍ନାଇକୁ କାମ କରିବାକୁ ଯାଇଥିଲେ ଯୁବକ : ଗାଁକୁ ଫେରିଲା ମୃତଦେହ

Udaya_Labanya | October 17, 2022 | 19 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଚେନ୍ନାଇକୁ କାମ କରିବାକୁ ଯାଇଥିବା ଜଣେ ଯୁବକଙ୍କ ମୃତଦେହ ରବିବାର ନିଜ ଗାଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତର ସାସିଗାଡ଼ାରେ ପହଞ୍ଚିଛି। ସେ ହେଲେ ଉକ୍ତ ଗାଁର ବିପିନ ମଲ୍ଲିକଙ୍କ ପୁଅ ରତନ ମଲ୍ଲିକ (୧୮)।ସୂଚନାଯୋଗ୍ୟ, ଯେ, ରତନ କିଛିମାସ ତଳେ ଚେନ୍ନାଇ ଯାଇ ଏକ ଆଲୁମିନା କମ୍ପାନୀରେ କାର୍ଯ୍ୟ କରୁଥିଲେ। ଗତ ବୁଧବାର ତାଙ୍କ ଦେହ ଅସୁସ୍ଥ ହୋଇପଡ଼ିଥିଲା। ତେଣୁ ସେ ଗ୍ରାମକୁ ଆସିବା ପାଇଁ କମ୍ପାନୀରୁ ଏକ ବସ୍‌ ଯୋଗେ ରେଳଷ୍ଟେଶନ ଆସୁଥିଲେ। ହେଲେ ରାସ୍ତାରେ ରତନଙ୍କ ମୃତ୍ୟୁ ଘଟିଥିଲା। ବସ୍‌ କର୍ମଚାରୀଙ୍କଠାରୁ ଖବର ପାଇ ସେଠାକାର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ରତନଙ୍କ ପରିବାର ଏବଂ କମ୍ପାନୀକୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲା। ହେଲେ ଦାରିଙ୍ଗବାଡ଼ି ଅଞ୍ଚଳର କାର୍ଯ୍ୟରତ କିଛି ଶ୍ରମିକ ଏବଂ ଉକ୍ତ କମ୍ପାନୀର କର୍ମଚାରୀ ଥାନାରେ ପହଞ୍ଚି ରତନଙ୍କୁ ଚିହ୍ନଟ କରିବା ସହ ଲିଖିତ ଭାବେ ଜଣାଇବା ପରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ଗାଁକୁ ଆଣିବା ପାଇଁ ସମସ୍ତ ଆଇନଗତ ପ୍ରକ୍ରିୟା କରାଯାଇ ଥିଲା। କମ୍ପାନୀର ସହଯୋଗ କ୍ରମେ କାର୍ଯ୍ୟରତ ଶ୍ରମିକ ମାନେ ମୃତଦେହ ଧରି ସାସିଗାଡ଼ାରେ ପହଞ୍ଚିଥିଲେ। ଘରେ ମୃତଦେହ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ବିଡିଓ ଗଦାଧର ପାତ୍ର ରତନଙ୍କ ପରିବାର ଲୋକଙ୍କୁ ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କାର ସହାୟତା ଚେକ୍‌ ଆକାରରେ ପ୍ରଦାନ କରିଛନ୍ତି।

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 12 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories