ବାଲିଗୁଡା ଥାନା ଅଞ୍ଚଳ ରେ ମାଓ ତାଣ୍ଡବ: ପୁଲିସ ଇନଫର୍ମର ଅଭିଯୋଗ ରେ ଘରୁ ଡାକି ନେଇ ହତ୍ୟା

Udaya_Labanya | October 25, 2022 | 17 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଟିକରବାଜୁ ଗ୍ରାମର ନୀଳକଣ୍ଠ ମଲିକ କୁ ପୁଲିସ ଇନଫର୍ମର ଅଭିଯୋଗ ରେ ଘରୁ ଡାକି ନେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗତ ସପ୍ତାହ ରେ କନ୍ଧମାଳ- କଳାହାଣ୍ଡି ସୀମାନ୍ତ ସିନ୍ଧି ଜଙ୍ଗଲ ରେ ମାଓ କ୍ୟାମ୍ପ ଥିବା ସୂଚନା ପାଇ କନ୍ଧମାଳ ପୁଲିସ ପକ୍ଷରୁ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ମାଓବାଦୀ ସୁରକ୍ଷା କର୍ମୀ ମୁହାମୁହିଁ ହୋଇଥିଲେ। ଦୀର୍ଘ ସମୟ ଗୁଳିବିନିମୟ ପରେ ଜଣେ ମହିଳା ମାଓବାଦୀ ମୃତ ହୋଇଥିଲା ଓ ବହୁ ମାଓ ସାମଗ୍ରୀ ଜବତ କରିଥିଲା କନ୍ଧମାଳ ପୁଲିସ। ସେହି ସ୍ଥାନ ରେ ଲାଲ ବ୍ୟାନର ଓ ପୋଷ୍ଟର ଲଗାଇ ତାହାର ବଦଲା ନେଇଥିବା କହିଛନ୍ତି କେକେବିଏନ୍ ମାଓ ସଙ୍ଗଠନ। ଏ ନେଇ ପୁଲିସ ପକ୍ଷରୁ କୌଣସି ସୂଚନା ମିଳି ପାରି ନାହିଁ ।

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 11 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories