କନ୍ଧମାଳ ଜିଲା ସ୍ତରୀୟ ଶିଶୁ ମହତ୍ସୋବ ମହକ-୨୦୨୨

Udaya_Labanya | November 6, 2022 | 9 views |0 | Breaking News


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ପ୍ରଶାସନ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ୍ ପକ୍ଷରୁ ଜିଲା ସ୍ତରୀୟ ଶିଶୁ ମହତ୍ସୋବ ମହକ୍ -୨୦୨୨ ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀ ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲାରେ ଥିବା ୧୩ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନର ଶତାଧିକ ଅନ୍ତେବାସୀ ମାନେ ଯୋଗ ଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ ଏକକ ସଙ୍ଗୀତ, ଚିତ୍ରାଙ୍କନ, କୁଇନ୍ ଓ ବକୃତା ଏବଂ ଦଳଗତ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀମାନେ ବିଭିନ୍ନ ବିଭାଗରେ ଭାଗନେଇ ନିଜ ନିଜର କଳା ପ୍ରଦର୍ଶନ କରିଥିବା ବେଳେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷା ଅଶୋକ କୁମାର ବେହେରା, ଜିଲା ସମାଜ ମଙ୍ଗଳ ବିଭାଗର କାର୍ଯ୍ୟକ୍ରମ ଅଧିକାରୀ ଏସ୍.ଗାୟତ୍ରୀ, ସରକାରୀ ପ୍ରଶିକ୍ଷଣ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦାମ ଚରଣ ମଲିକ, ଶିଶୁ ମଙ୍ଗଳ କମିଟିର ସଦସ୍ୟା କଳ୍ପନା ମହାନ୍ତି ଏବଂ ଜୟନ୍ତୀ ପାଣିଗ୍ରାହୀ ପ୍ରମୁଖ ଯୋଗଦେଇଥିବା ବେଳେ କାର୍ଯ୍ୟକ୍ରମକୁ ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରନ୍ ଅଧ୍ୟକ୍ଷତା କରିଥିଲେ।ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଜିଲା ସ୍ତରୀୟ ପ୍ରତିଯୋଗିତା ରେ ଯେଉଁମାନେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ଆଗାମି ଦିନରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ସେହିମାନେ ଭାଗନେବେ ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ଶେଷରେ ସୁରକ୍ଷା ଅଧିକାରୀ ସୁନିଲ୍ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ କାର୍ଯ୍ୟକ୍ରମ ପରିଚାଳନାରେ ଜିଲା ଶିଶୁ ସୁରକ୍ଷା ବିଭାଗର ସରୋଜ କୁମାର କହଁର, ଚିନ୍ମୟ ବେହେରା, ବବୃବାହାନ ମାଝୀ ଓ ଅନ୍ୟମାନେ ସହଯୋଗ କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଜି ବିଶ୍ୱ ଏଡ଼ସ ଦିବସ କନ୍ଧମାଳ ରେ୨୫୫…

Udaya_Labanya | December 1, 2022 | 4 views |0

ଫୁଲବାଣୀ (ସୁନୀଲ ପଟନାୟକ )ଜନ ସଚେତନତା ବଢିବା ଯୋଗୁଁ ଏବେ ଆଗଭଳି ଏଡ଼ସ ରୋଗ ବ୍ୟାପୁନାହିଁ ଆଉ ତତସହିତ ମୃତ୍ୟୁ ହାର ମଧ୍ୟ ଢେର କମିଛି ବୋଲି ଗୁରୁବାର ଫୁଲବାଣୀ ମୁଖ୍ୟ ଡାକ୍ତର ଖାନା ପରିସର ରେ ବିଶ୍ୱ ଏଡ଼ସ ଦିବସ…

ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ,ବାରଣ୍ଡାରେ ପାଠ ପଢା

Udaya_Labanya | December 1, 2022 | 6 views | 0

ଫୁଲବାଣୀ(ସୁନୀଲ ପଟନାୟକ )ସରକାର ଶିକ୍ଷାର ବିକାଶପାଇଁ ପର୍ଯ୍ୟାପ୍ତ ଅର୍ଥ ଖର୍ଚ କରୁଛନ୍ତି, ପିଲାମାନେ ଯେପରି ସ୍କୁଲ ମୁହଁ । କରିବାଲାଗି ବହିପତ୍ର ଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ,ପୋଷାକ, ଜୋତା ଆଦି ମାଗଣାରେ ପ୍ରଦାନ କରୁଛନ୍ତି। ହେଲେ କନ୍ଧମାଳ ଜିଲ୍ଲାର କେତେକ…

Leave a Reply

Your email address will not be published. Required fields are marked *

Archives

Categories