ଦାରିଙ୍ଗବାଡ଼ି ଡୁଲୁରି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ସାଙ୍ଗଠନିକ ବୈଠକ

Udaya_Labanya | November 10, 2022 | 11 views |0 | Breaking News


ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): ଓଡ଼ିଶାର କାଶ୍ମୀର ରୂପେ ପରିଚିତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସଭାରେ ରୁଦ୍ରରାଜ ବାଗ ଅତିଥିଙ୍କୁ ସ୍ୱାଗତ କରିଥିବା ବେଳେ, ସଂଘ ସଭାପତି ଲୋକନାଥ ମହାପାତ୍ର ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବରେ ବୈଠକର ପର୍ଯ୍ୟବେକ୍ଷକ ତଥା କନ୍ଧମାଳ ଜ଼ିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ସଭାପତି ସନ୍ତୋଷ କୁମାର ଦାଶ , ସମ୍ମାନୀୟ ଅତିଥି ଭାବରେ ଉତ୍କଳ ସାମ୍ବାଦିକ ସଂଘ ଉପ-ସଭାପତି ତଥା ଦାରିଙ୍ଗବାଡ଼ି ପ୍ରେସ କ୍ଲବ ସଭାପତି ପ୍ରେମଚାନ୍ଦ ସିଂ, ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ବରିଷ୍ଠ ସାମ୍ବାଦିକ ବିଜୟ କୁମାର ସହିସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଈଟିଭି ଜିଲ୍ଲା ପ୍ରତିନିଧି ମୋତିଲାଳ ବାଗ , ଜ଼ିଲ୍ଲା ଉପସଭାପତି ଅଜିତ ଯୋଶୀ ଯୋଗଦେଇ ନିଜ ନିଜ ବକ୍ତବ୍ୟ ରଖିଥିଲେ। ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ ମିଳିମିଶି ସମାଧାନ କରାଯିବ, ସେ ନେଇ ଅତିଥି ମାନେ ବକ୍ତବ୍ୟ ରଖିଥିଲେ।ଏନଜେଡଏସଏସ ର ନିମନ୍ତ୍ରଣ କ୍ରମେ ନୂଆପଡା ଜିଲ୍ଲା ପ୍ରେସ କ୍ଲବ ତରଫରୁ ସାମ୍ବାଦିକ କୁନାଲ ଚରଣ ବେହେରା ଯୋଗଦେଇ ମତାନ୍ତର ଓ ମନାନ୍ତର ଭୁଲି ସମସ୍ତ ସାମ୍ବାଦିକ ଏକତ୍ର କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ। ଆସନ୍ତା ୨୦୨୩ ରେ ସଂଘର ବାର୍ଷିକ ଉତ୍ସବ ସହିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆୟୋଜନ କରିବାକୁ ନିଷ୍ପତ୍ତି ନିଆ ଯାଇଥିଲା। ଶେଷରେ ଅଜିତ ଯୋଶୀ ଧନ୍ୟବାଦ ଅର୍ପଣ କରିଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଫୁଲବାଣୀ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

Udaya_Labanya | December 3, 2022 | 4 views |0

ଫୁଲବାଣୀ(ସୁନୀଲ ପଟନାୟକ )ଫୁଲବାଣୀ ର ଏଜ ଓ ହାଇ ସ୍କୁଲ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତଓ ପରିବେଶ ସମ୍ପର୍କିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ ଷଡ଼ଙ୍ଗୀ…

ଫୁଲବାଣୀ ରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ

Udaya_Labanya | December 3, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ର ଏଜେଓ ହାଇ ସ୍କୁଲ ପରିସରରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ କୁ ବ୍ଲକ ଶିକ୍ଷାଧିକାରୀ ରଞ୍ଜନ କୁମାର କହଁର ଉଦଘାଟନ କରିଥିବା ବେଳେ ମୁଖ୍ୟ…

Leave a Reply

Your email address will not be published. Required fields are marked *

Archives

Categories