ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେଶୀତଲହରୀ, ଫୁଲବାଣୀ ରେ ଦଶ ତଳକୁ ଖସିଲା ପାରଦ, ଦାରିଙ୍ଗବାଡିରେ ୧0ଡିଗ୍ରୀ ସେଲସିୟସ
Udaya_Labanya | November 20, 2022 | 19 views |0 | Breaking News
ଫୁଲବାଣୀ(ସୁନୀଲ ପଟନାୟକ ) ଗତ ଦୁଇ ତିନି ଦିନ ହେଲା କନ୍ଧମାଳରେ ପ୍ରବଳ ଶୀତ ଅନୁଭୁତ ହେଉଛି । ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଶୁକ୍ରବାର ଆଜି ଫୁଲବାଣୀରେ ୧0ଡିଗ୍ରୀ ତଳକୁ ଖସି ୯. ୫ ଥୀବାବେଳେ ଓ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡିରେ ତାପମାତ୍ରା ୧ 0 ଡିଗ୍ରୀ. କୁ ଖସିଆସିଚି l
ଘନ କୁହୁଡିର ଚାଦର ତଳେ ସାରା କନ୍ଧମାଳ । କୁହୁଡି ଯୋଗୁ ମୁହଁକୁ ମୁହଁ ଦେଖାଯାଉନି । ଫଳରେ ସକାଳ ୯ଟା ପୂର୍ବରୁ ଘରୁ ପଦାକୁ ବାହାରି ପାରୁ ନାହାନ୍ତି ଲୋକୋ ସେପଟେ ସଞ୍ଜ ନଇଁବା କ୍ଷଣି ଏବେ ପୁଣି ଦୁଇ ଦିନ ହେଲା ଥଣ୍ଡା ମାଡି ଆସୁଛି। ଫଳରେ ରାସ୍ତାଘାଟ ମଧ୍ୟ ଜନଶୁନ୍ୟ ହୋଇ ପଡୁଛି ତା ସାଙ୍ଗକୁ ଦୋକାନ ବଜାର ବି ଖାଁ ଖାଁ ଲାଗୁଛି । କି ବୁଢା କି ପିଲା ସଭିଏ ଏବେ ନିଆଁ ଜାଳି ନିଆଁ ପାଖରେ ଦିନରାତି ବସି ରହୁଛନ୍ତି ।ଆଗକୁ ଆହୁରି ତାପମାତ୍ରା ଖସିବାର ସଂଭାବନା ରହିଛି l
ଥଣ୍ଡା ବଢିବା ଫଳରେ ଏବେ ଗରମ ପୋଷାକ ର ମଧ୍ୟ ଚାହିଦା ବଢିବାରେ ଲାଗିଛି । ଫଳରେ ଗାଁରୁ ସହର ଯାଏ ଗରମ ପୋଷାକର ପସରା ମେଲିଥିବା ଦେଖାଯାଉଛି। ଲୋକେ ମଧ୍ୟ ଗରମ ପୋଷାକ କିଣାକିଣି କରୁଥିବା ଦେଖିବାକୁ ମିଳୁଛି ।
ସେହିପରି ଜ଼ିଲ୍ଲାର ବାଲିଗୁଡା ରେ ବି ଥଣ୍ଡା ର ପ୍ରକୋପ ବଢ଼ିବାରେ ଲାଗିଛି l ଥଣ୍ଡା ସାଙ୍ଗକୁ ଘନ କୁହୁଡି ଅସ୍ତବ୍ୟସ୍ତ କରିପକାଇଛି ଜନ ଜୀବନ l
ସେହିପରି ଜିଲ୍ଲା ର ବେଲଘର, ତୁମୁଡିବନ୍ଧ, ରାଇକିଆ, ମଣ୍ଡାସୁର, ଜିଉଦୟଗିରି, ରାଇକିଆ, ଆଦି ଅଞ୍ଚଳରେ ମଧ୍ଯ ତାପମାତ୍ରା ୧0 ଡିଗ୍ରୀ ତଳକୁ ଖସି ଆସିଥିବାରୁ ଏସବୁ ସ୍ଥାନରେ ଏବେ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି।
ତେବେ ଏବେ ପର୍ଯ୍ୟଟନ ରୂତୁ ହୋଇଥିବାରୁ କନ୍ଧମାଳ ଜିଲାର ପ୍ରାକୃତିକ ମନୋରମ ପରିବେଶକୁ ମନଭରି ଉପଭୋଗ କରିବା ଲାଗି ଜିଲ୍ଲାରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡିକରେ ବଣଭୋଜିର ଆସରସାଙ୍ଗଙ୍କୁରାଜ୍ୟ ଓ ରାଜ୍ୟ ବାହାର ର ପର୍ଯ୍ୟଟକ ମାନଙ୍କ ଆସ୍ତେ ଆସ୍ତେ ଭିଡ଼ ମଧ୍ୟ ଜମିଲାଣି।