ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେ ପୁଣି ଶୀତଲହରୀ, ଫୁଲବାଣୀ ରେ ୮. ୫ ଡିଗ୍ରୀ ତଳକୁ ଖସିଲା ପାରଦ, ଦାରିଙ୍ଗବାଡିରେ ୯. ୫ ଡିଗ୍ରୀ ସେଲସିୟସ

Udaya_Labanya | November 29, 2022 | 14 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ ) ଗତ କିଛି ଦିନ ର ବ୍ୟବଧାନ ପରେ ପୁଣି ଶୀତ ର ପ୍ରକୋପ ବୃଦ୍ଧିପାଇଛି l ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ସୋମବାର ଆଜି ଫୁଲବାଣୀରେ ୮. ୫ ଡିଗ୍ରୀ ଥିବାବେଳେ ଦାରିଂବାଡ଼ି ରେ ୯. ୫ ଡିଗ୍ରୀ. କୁ ଖସିଆସିଚି l

ଘନ କୁହୁଡିର ଚାଦର ତଳେ ସାରା କନ୍ଧମାଳ । କୁହୁଡି ଯୋଗୁ ମୁହଁକୁ ମୁହଁ ଦେଖାଯାଉନି । ଫଳରେ ସକାଳ ୯ଟା ପୂର୍ବରୁ ଘରୁ ପଦାକୁ ବାହାରି ପାରୁ ନାହାନ୍ତି ଲୋକୋ ସେପଟେ ସଞ୍ଜ ନଇଁବା କ୍ଷଣି ଏବେ ପୁଣି ଦୁଇ ଦିନ ହେଲା ଥଣ୍ଡା ମାଡି ଆସୁଛି। ଫଳରେ ରାସ୍ତାଘାଟ ମଧ୍ୟ ଜନଶୁନ୍ୟ ହୋଇ ପଡୁଛି ତା ସାଙ୍ଗକୁ ଦୋକାନ ବଜାର ବି ଖାଁ ଖାଁ ଲାଗୁଛି । କି ବୁଢା କି ପିଲା ସଭିଏ ଏବେ ନିଆଁ ଜାଳି ନିଆଁ ପାଖରେ ଦିନରାତି ବସି ରହୁଛନ୍ତି ।ଆଗକୁ ଆହୁରି ତାପମାତ୍ରା ଖସିବାର ସଂଭାବନା ରହିଛି l
ଥଣ୍ଡା ବଢିବା ଫଳରେ ଏବେ ଗରମ ପୋଷାକ ର ମଧ୍ୟ ଚାହିଦା ବଢିବାରେ ଲାଗିଛି । ଫଳରେ ଗାଁରୁ ସହର ଯାଏ ଗରମ ପୋଷାକର ପସରା ମେଲିଥିବା ଦେଖାଯାଉଛି। ଲୋକେ ମଧ୍ୟ ଗରମ ପୋଷାକ କିଣାକିଣି କରୁଥିବା ଦେଖିବାକୁ ମିଳୁଛି ।
ସେହିପରି ଜ଼ିଲ୍ଲାର ବାଲିଗୁଡା ରେ ବି ଥଣ୍ଡା ର ପ୍ରକୋପ ବଢ଼ିବାରେ ଲାଗିଛି l ଥଣ୍ଡା ସାଙ୍ଗକୁ ଘନ କୁହୁଡି ଅସ୍ତବ୍ୟସ୍ତ କରିପକାଇଛି ଜନ ଜୀବନ l
ସେହିପରି ଜିଲ୍ଲା ର ବେଲଘର, ତୁମୁଡିବନ୍ଧ, ରାଇକିଆ, ମଣ୍ଡାସୁର, ଜିଉଦୟଗିରି, ରାଇକିଆ, ଆଦି ଅଞ୍ଚଳରେ ମଧ୍ଯ ତାପମାତ୍ରା ୧0 ଡିଗ୍ରୀ ତଳକୁ ଖସି ଆସିଥିବାରୁ ଏସବୁ ସ୍ଥାନରେ ଏବେ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି।
ତେବେ ଏବେ ପର୍ଯ୍ୟଟନ ରୂତୁ ହୋଇଥିବାରୁ କନ୍ଧମାଳ ଜିଲାର ପ୍ରାକୃତିକ ମନୋରମ ପରିବେଶକୁ ମନଭରି ଉପଭୋଗ କରିବା ଲାଗି ଜିଲ୍ଲାରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡିକରେ ବଣଭୋଜିର ଆସରସାଙ୍ଗଙ୍କୁରାଜ୍ୟ ଓ ରାଜ୍ୟ ବାହାର ର ପର୍ଯ୍ୟଟକ ମାନଙ୍କ ଆସ୍ତେ ଆସ୍ତେ ଭିଡ଼ ମଧ୍ୟ ଜମିଲାଣି।

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 11 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories