ନାବାଳିକା ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ ୫୦ ହଜାର ଜୋରିମାନା

Udaya_Labanya | November 30, 2022 | 18 views |0 | Breaking News


ଫୁଲବାଣୀ (ଉଲ୍ଲାପ୍ର )ସୁନୀଲ ପଟନାୟକ )
ଫୁଲବାଣୀ ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟ ର ବିଚାରପତି ଶ୍ରୀଯୁକ୍ତ ଭାସ୍କର ଚନ୍ଦ୍ର ସାହୁ ଯୁକ୍ତ ଦୁଇ ବର୍ଷର ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାର ସାକ୍ଷୀ,ଡ଼ାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍ ରିପୋର୍ଟ ଆଧାରରେ ଦୁଇ ଅଭିଯୁକ୍ତ ଗୁଡାରୀ ଗ୍ରାମର ଜିତୁ ଦିଗାଲ ୨୫ ଓ ବାଦଲ ଦିଗାଲ ୨୪ ଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୩ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ପୋକ୍ସ୍ କୋର୍ଟର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲାକୁ ପରିଚାଳନା କରୁଥିଲେ।
ପୋଲିସ ସୁଚନା ଅନୁସାରେ ଯୁକ୍ତ ଦୁଇ ଶ୍ରେଣୀରେ ପଢୁଥିବା ନାବାଳିକା ଜଣକ ତାଙ୍କ ସମ୍ପର୍କୀୟ ଘରେ ରହୁଥିଲେ l ନାବାଳିକା ଜଣକ ରାତି ରେ ନିଜ ଗ୍ରାମକୁ ଅଟୋ ଯୋଗେ ଯିବା ବେଳେ ଗୁଡାରୀ ନିକଟରେ ଦୁଇ ଅଭିଯୁକ୍ତ ଅଟୋକୁ ଅଟକାଇ ନାବାଳିକାକୁ ଦୁଷ୍କର୍ମ କରିଥିବା ଲିଖିତ ଅଭିଯୋଗ ରହିଛି l
ନାବାଳିକାର ପିତା ଏନେଇ ଖଜୁରୀ ପଡା ଥାନାରେ ରିପୋର୍ଟ ଦେଇଥିଲେ ଏବଂ ଥାନାଧିକାରୀ ଥାନା କେଶ୍ ନମ୍ବର ୪୦/୨୦୧୮ରେ ପଞ୍ଜିକରଣ କରି ଅଭିଯୁକ୍ତଙ୍କୁ ଗିରଫ କରି ଅଦାଲତରେ ହାଜର କରାଇଥିଲେ। ଆଜି ତା ୩୦.୧୧. ୨୦୨୨ ରିଖରେ ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 12 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories