ମା ଦୁର୍ଗା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧୀ ମଞ୍ଚର ଶପଥ ଗ୍ରହଣ ଉତ୍ସବ

Udaya_Labanya | November 30, 2022 | 22 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ନୂଆସାହି ଗ୍ରାମ୍ୟ କମିଟି ର ପ୍ରତ୍ୟକ୍ଷ ତତ୍ୱାବଧାନରେ ନବ ଗଠିତ ମା ଦୁର୍ଗା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧୀ ଯୁବ ମଞ୍ଚର ଶପଥ ଗ୍ରହଣ ଉତ୍ସବ ନୂଆସାହି ବରାଳଦେବୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ମଞ୍ଚର ଆବାହକ ଲଳିତ ପାତ୍ର ଏବଂ ବରିଷ୍ଠ ନାଗରିକ ତଥା ଅବସରପ୍ରାପ୍ତ ଶିକ୍ଷକ ବିଜୟଚନ୍ଦ୍ର ଖଣ୍ଡଗିରି ନବ ନିର୍ବାଚିତ ପଦାଧିକାରୀ ଙ୍କୁ ଶପଥପାଠ କରାଇଥିଲେ l ଏଥିରେ ସଭାପତି ଭାବେ ଜଳେନ୍ଦ୍ର ପାତ୍ର, ଉପ ସଭାପତି ଭାବେ ଅର୍ଜୁନ ନାୟକ, ସମ୍ପାଦକ ଭାବେ ଅମନ ଅଫତାବ, ସହ ସମ୍ପାଦକ ଭାବେ ଶୁକଦେବ ନାୟକ, ଯୁଗ୍ମ ସମ୍ପାଦକ ଭାବେ ମାନସ ଆମୟତ ଶପଥ ପାଠ କରିଥିଲେ l ତତ ସଙ୍ଗେ ସଙ୍ଗେ ଏଥିରେ ଆଇନ ପରାମର୍ଶ ଦାତା ଭାବେ ବରିଷ୍ଠ ଆଇନଜୀବି ଶେଖ ସାଦିକ ଓ ଯୁବ ଆଇନଜୀବି ଭାବେ ଜଗଦିଶ ସାମନ୍ତରାୟ ଏବଂ ଗଣମାଧ୍ୟମ ସଂଯୋଜକ ଭାବେ ସାମ୍ବାଦିକ ପ୍ରମୋଦ ଦଣ୍ଡସେନା ଙ୍କୁ ଚୟନ କରାଯାଇଥିଲା l

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 11 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories