ବାଲିଗୁଡାରେ ସଙ୍କୁଳ ସ୍ତରୀୟ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

Udaya_Labanya | December 13, 2022 | 11 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୁଲ୍ୟରେ ବାଲିଗୁଡ଼ା ସଙ୍କୁଳ ସ୍ତରୀୟ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟ ପରିଚାଳନା ସମିତି ର ସଭାପତି ରବିନ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତା ରେ ତଥା ପ୍ରଧାନଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଙ୍କ ତତ୍ତ୍ୱାବଧାନରେ , ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ , ସମ୍ମାନୀତ ଅତିଥି ଉପାଧ୍ୟକ୍ଷା ଶ୍ରୀମତୀ ଶାନ୍ତିଲତା ନାୟକ ପ୍ରମୁଖ ଯୋଗ ଦେଇ କ୍ରୀଡା ଉତ୍ସବ ର ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ ପାଞ୍ଚଟି ବିଦ୍ୟାଳୟ ରୁ ୪୪ ଜଣ ଭାଇ ଭଉଣୀ ୫୨ ଟି ପ୍ରତିଯୋଗିତା ରେ ଭାଗ ନେଇଥିଲେ । ଶେଷ ରେ ଅପରାହ୍ନ ୪ ଘଟିକା ସମୟ ରେ ଉଦଯାପନୀ ଉତ୍ସବ ରେ ସମ୍ମାନୀତ ଅତିଥି କାର୍ତ୍ତିକ ଚନ୍ଦ୍ର ସି ତଥା ସଙ୍କୁଳ ପ୍ରମୁଖ ତୀର୍ଥବାସୀ ଘଡେ଼ଇ ଙ୍କ ସହଯୋଗ ରେ ବାର୍ଷିକ କ୍ରୀଡା ଉତ୍ସବ ସମାପନ ହୋଇଥିଲା ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ…

Udaya_Labanya | January 28, 2023 | 1 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର…

ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Udaya_Labanya | January 28, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି।ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ…

Leave a Reply

Your email address will not be published. Required fields are marked *

Archives

Categories