ମଦ୍ୟପାନର କୁ ପରିଣାମ : ପଥରରେ ଛେଚି ବ୍ୟକ୍ତିଙ୍କୁ ହତ୍ୟା: ହତ୍ୟାକାରୀ ଥାନାରେ ଅଟକ : ତଦନ୍ତ ଅବ୍ୟାହତ

Udaya_Labanya | January 11, 2023 | 9 views |0 | Breaking News


ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ । ମଦ ପିଇ ଗଣ୍ଡଗୋଳ ପରେ ଜଣେ ଅନ୍ୟଜଣକୁ ପଥରରେ ଛେଚି ହତ୍ୟା କରିଥିବା ସୂଚନା । ଘଟଣା ପ୍ରକାରେ ମଙ୍ଗଳବାର ରାତ୍ର ପ୍ରାୟ ୧୦ଟା ସମୟରେ ସାରଙ୍ଗଡ଼ ପୁରୁଣା ସାହିର ଦୁଇଜଣ ବ୍ୟକ୍ତି ମଦ ପିଇବାକୁ ଯାଇଥିଲେ । ମଦ ପିଇ ମାତାଲ୍ ହେବା ପରେ କୌଣଶି କାରଣରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ପ୍ରତିଶୋଧ ପରାୟଣ ହୋଇ ଜଣେ ଅନ୍ୟ ଜଣକ ମୁଣ୍ଡରେ ପଥର ଛେଚି ହତ୍ୟା କରିଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ସାରଙ୍ଗଡ଼ ଥାନା ପୋଲିସ୍ ପହଁଚି ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ସାରଙ୍ଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ହତ୍ୟାକାରୀ ସାରଙ୍ଗଡ଼ ଥାନା ପୁରୁଣା ସାହିର ମନୋଜ ଓରଫ୍ ଉଲୁ କୁ ଥାନାରେ ଅଟକ ରଖିଛି ପୋଲିସ୍ । ଅନ୍ୟପଟେ ହତ୍ୟାକାଣ୍ଡ ଘଟିଥିବା ସ୍ଥାନରୁ ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ହତ୍ୟାକାଣ୍ଡରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ସାରଙ୍ଗଡ଼ ଥାନା ପୁରୁଣା ସାହିର ଜିତେନ୍ଦ୍ର ପୁଜାରୀ ହୋଇଥିବା ଜଣାପଡ଼ିଛି । ତଦନ୍ତ ପରେ ହତ୍ୟାକାଣ୍ଡର ସତ୍ୟତା ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories