ବିବେକାନନ୍ଦ ଜୟନ୍ତୀ ପାଳନ ଓ ନଗର ପରିକ୍ରମା

Udaya_Labanya | January 13, 2023 | 15 views |0 | Breaking News


କନ୍ଧମାଳ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଆଡ଼ମ୍ବର ସହିତ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ସାମିଲ୍ ହୋଇଥିବା ବେଳେ ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଭାରତମାତା ଓ ସ୍ୱାମୀ ବିବେକାନନ୍ଦଙ୍କ ବେଶରେ ନଗର ପରିକ୍ରମା କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ବହୁ ଅଭିଭାବକ ମାନେ ସାମିଲ ହୋଇଥିଲେ।

Share this

Related Posts

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 3 views |0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

ଶିବ ପ୍ରସାଦ ଭାରତୀୟ ମହିଳା କ୍ରିକେଟ ଟିମ…

Udaya_Labanya | June 7, 2023 | 3 views | 0

ଫୁଲବାଣୀ (ସୁନୀଲ ପଟନାୟକ )ବରିଷ୍ଠ କ୍ରିକେଟ ଖେଳାଳି,କନ୍ଧମାଳ ଜିଲ୍ଲା କ୍ରୀଡ଼ା ସଂଘ, ସମ୍ପାଦକ ଆଇନଜୀବୀ, ସାମ୍ବାଦିକ,ସଂଗଠକ ତଥା ଜଣାଶୁଣା ସମାଜସେବୀ ଶିବ ପ୍ରସାଦ ତ୍ରିପାଠୀ ଭାରତୀୟ ମହିଳା କ୍ରିକେଟ ଟିମ ମ୍ୟାନେଜେର ଭାବେ ନିଯୁକ୍ତ ହୋଇଛନ୍ତି l ଆସନ୍ତା କାଲି ସେ…

Leave a Reply

Your email address will not be published. Required fields are marked *

Archives

Categories