ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ

Udaya_Labanya | February 2, 2023 | 10 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥ ର ଡବେରୀ ନିକଟରେ ଗୁରୁବାର ସନ୍ଧ୍ୟା ରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଏନେଇ ଦାରିଙ୍ଗବାଡି ଆଇଆଇସି କୌଶିକ ମାଝୀ ସୂଚନା ଦେଇଛନ୍ତି। ସେମାନେ ହେଲେ ପ୍ଳିହେରି ପଞ୍ଚାୟତର ବାଳକୃଷ୍ଣ ମଲିକ(୨୦) ଏବଂ ଯୁଗାନ୍ତ ପ୍ରଧାନ (୨୦), ଏବଂ ଆହତ ଜଣଙ୍କ ହେଲେ ମନିଲ ପ୍ରଧାନ (୧୭)।ସୂଚନାଯୋଗ୍ୟ, ଦାରିଙ୍ଗବାଡି ପଟୁ ସୋରଡ଼ା ଅଭିମୁଖେ ଏକ କାର୍‌ ଯାଉଥିବା ବେଳେ ବାଇକ ଚାଳକ ଭାରସାମ୍ୟ ହରାଇ ଏକ ଅଟୋକୁ ପ୍ରଥମେ ଧକ୍କା ଦେଇ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେବା ସହ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ଷ୍ଟେଶନ ଅଧିକାରୀ ମନୋଜ କୁମାର ସାହୁଙ୍କ ନେତୃତ୍ୱରେ ଚିତ୍ତରଞ୍ଜନ ମହାନ୍ତି,ସୁନୀଲ ଜାନି, ପାଣ୍ଡବ ମହାରଣା,ଲକ୍ଷ୍ମଣ ବାରିକ, ବାପୁନା ରାଉତ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ବାଇକରେ ଥିବା ୩ ଗୁରୁତରଙ୍କୁ ଦାରିଙ୍ଗବାଡି ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାରେ ଚାପା ଉତ୍ତେଜନା ଦେଇଥିବା ବେଳେ ପୋଲିସ ଉତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରିଛି। ପୋଲିସ ଏ ନେଇ ମାମଲା ରୁଜୁ କରିବା ସହ ଦୁଇଟି ମୃତଦେହ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ଥ ବାଇକ୍‌ ଓ କାର୍‌କୁ ଜବତ କରି ତଦନ୍ତ ଅବ୍ୟାହତ ରଖିଛି l

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories