ନୂଆଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

Udaya_Labanya | February 6, 2023 | 9 views |0 | Breaking News

ଢେଙ୍କାନାଳ(ଉଲ୍ଲାପ୍ର )ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଗଁଦିଆ ବ୍ଳକ ର ପୁରାତନ ବିଦ୍ୟାଳୟ ନୂଆଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଯୁଗଳ କିଶୋର ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତ ଜାନୁଆରୀ ମାସ ତିନି ତାରିଖ ଅପରାହ୍ନ ରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି। ବିଦ୍ୟାଳୟ ପରିଚାଳନା ପରିଷଦ ସଭାପତି ସୁଶାନ୍ତ କୁମାର ସାମନ୍ତ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁଭଦ୍ରା ପ୍ରୁଷ୍ଠି, ମୁଖ୍ୟ ବକ୍ତା ଭାବେ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର‌ ରାଜ୍ୟ, ପ୍ରକ୍ରୁତିବନ୍ଧୁ, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଓ ଆନ୍ତର୍ଜାତୀୟ ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ, ସମ୍ମାନିତ ଅତିଥି ଭାବେ ଶ୍ରୀ ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ନୂଆଗଡ ର ପ୍ରାକ୍ତନ ପ୍ରଧାନ ଶିକ୍ଷକ ବିଜୟ କୁମାର ସାମନ୍ତ , ବର୍ତ୍ତମାନ ର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ପାଣି ବ୍ଳକ ଶିକ୍ଷକ ସମନ୍ୱୟ ସମିତି ର କୋଷାଧ୍ୟକ୍ଷ ଅଜିତ କୁମାର ରାଉତ ଶିକ୍ଷକ ବିରେନ୍ଦ୍ର କୁମାର ସାମନ୍ତ, ଅଲେଖ ଚନ୍ଦ୍ର ବେହେରା ଅଭୟ ଚରଣ ପାଣିଗ୍ରାହୀ, ପ୍ରଦୀପ୍ତ କୁମାର ସାମଲ, ପ୍ରକାଶ କୁମାର ସାମନ୍ତ ଯୋଗଦାନ କରି ଉଦ୍ ବୋଧନ ଦେଇଥିଲେ। ଗନ୍ଦିଆ ବ୍ଳକ ର ବିଶିଷ୍ଟ ଶିକ୍ଷାବିତ୍ ବିନୋଦ ବିହାରୀ ମହାପାତ୍ର କାର୍ଯ୍ୟକ୍ରମ ରେ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମ ରେ ଉଦ୍ ବୋଧନ ଦେଇଥିଲେ। ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ବିଦ୍ୟାଳୟ ର ସମସ୍ତ ଶିକ୍ଷୟିତ୍ରୀ କାର୍ଯ୍ୟ କ୍ରମରେ ସକ୍ରୀୟ ସହଯୋଗ କରିଥିଲେ। ପରେ ଛାତ୍ର ଛାତ୍ରୀ ମାନେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ସମସ୍ତ ଙ୍କ ମନ କୁ ଆନନ୍ଦ ଦେଇ ଥିଲେ।

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories