ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମ ରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ

Udaya_Labanya | February 21, 2023 | 8 views |0 | Breaking News , District


ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳ ରେ ଗତ କିଛି ଦିନ ହେଲା ଗଞ୍ଜେଇ ଚାଷ ନଷ୍ଟ ଅଭିଯାନ ବନ୍ଦ ରହିଥିବା ବେଳେ ପୁଣି ଥରେ ବାଲିଗୁଡା ଥାନା ତରଫରୁ ବାଲିଗୁଡା ବ୍ଲକ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ଗଞ୍ଜେଇ ଚାଷ ନଷ୍ଟ କରିଥିବା ସୂଚନା ମିଳିଛି। ସୂଚନା ଅନୁସାରେ ବାଲିଗୁଡା ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମ ରେ ବେଆଇନ୍ ଭାବରେ ଲାଗିଥିବା ଗଞ୍ଜେଇ ଗଛ ପ୍ରାୟ ୫୦ ଏକରକୁ ନଷ୍ଟ କରିଛି। ଅନ୍ୟ ପଟେ ବେଆଇନ୍ ଭାବରେ ଲାଗିଥିବା ଗଞ୍ଜେଇ ଚାଷକୁ ନେଇ ବାଲିଗୁଡା ଥାନା କେଶ ନଂ. ୪୩/୨୩ରେ ଏକ ମାମଲା ରୁଜୁ କରିଥିବା ବେଳେ ଏହି ଚଢ଼ାଉରେ ବାଲିଗୁଡା ଥାନା, ଅବକାରୀ ବିଭାଗ, ଓ ଶ୍ରମିକ ସାମିଲ୍ ଥିଲେ। ବାଲିଗୁଡା ଥାନାରେ ଗଞ୍ଜେଇ ସମ୍ପର୍କିତ ମାମଲା ରୁଜୁ କରିଥିବା ବେଳେ ଅଧିକ ତଦନ୍ତ ଚାଲୁ ରହିଥିବା ବିଷୟ ବାଲିଗୁଡା ଥାନା ଅଧିକାରୀ ବାବା ଶଙ୍କର ସରାଫ ସୂଚନା ଦେଇଛନ୍ତି।

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories