ବାଲିଗୁଡ଼ାରେ ବଡ଼ ଧରଣର ଲୁଟ :ଘରେ କେହି ନଥିବା ବେଳେ କଳାକନା ବୁଲାଇଲେ ଲୁଟେରା

Udaya_Labanya | February 24, 2023 | 9 views |0 | Breaking News , Crime , District


ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁନାପାଙ୍ଗା ସାହିରେ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ବଡ଼ ଧରଣର ଲୁଟ୍ ହୋଇଥିବା ବାଲିଗୁଡ଼ା ଥାନାରେ ଅଭିଯୋଗ ହୋଇଛି। ଘଟଣା ପ୍ରକାରେ ସ୍ବପ୍ନେଶ୍ବର ସାହୁ ନିଜ ପରିବାର ସହ ଦୁଇଦିନ ପାଇଁ ଭଞ୍ଜନଗର ସ୍ଥିତ ନିଜ ସମ୍ପର୍କୀୟଙ୍କ ଏକ ଭୋଜିରେ ଯୋଗ ଦେବାକୁ ଯାଇଥିଲେ । ସେଠାରୁ ସେ ଭୂବନେଶ୍ବର ଯାଇଥିଲେ । ଦୁଇଦିନ ପରେ ଅର୍ଥାତ୍ ଗୁରୁବାର ସନ୍ଧ୍ୟା ସମୟରେ ଘରକୁ ଫେରିଥିବା ବେଳେ ଘରର ମୁଖ୍ୟ କବାଟ ତାଲା ଭାଙ୍ଗିଥିବା ଦେଖିବାକୁ ପାଇଥିଲେ । ଏହାପରେ ବାଲିଗୁଡ଼ା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଶୁକ୍ରବାର ସନ୍ଧାନି କୁକୁର ଓ ସାଇଣ୍ଟିଫିକ୍ ଟିମ୍ ପହଁଚି ଘଟଣାର ଅଧିକ ତଦନ୍ତ ଜାରି ରଖିଛନ୍ତି । ଗତ କିଛି ଦିନ ହେବ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ଅଞ୍ଚଳବାସୀ ଏକ ପ୍ରକାର8 9ଭୟଭୀତ ଅବସ୍ଥାରେ ଥିବା ଜଣାପଡ଼ିଛି । ସ୍ବପନେଶ୍ବରଙ୍କ ଘରୁ ପ୍ରାୟ ୪୨ ଭରି ସୁନା, ପାଖାପାଖି ୫କେଜିର ରୂପା ଓ ନଗଦ ଅଢ଼େଇ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଥିବା ଜଣାପଡ଼ିଛି । ସେପଟେ ପୋଲିସ୍ ପ୍ରଶାସନ ଏଦିଗରେ ଦୃଷ୍ଟି ଦେଇ ଦିନରାତି ପେଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବା ସହ ଅଞ୍ଚଳବାସୀଙ୍କ ଧନଜୀବନ ପ୍ରତି ଗୁରୁତ୍ବ ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ଦାବି ହେଉଥିବା ଜଣାପଡ଼ିଛି ।

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories