ବାଲିଗୁଡ଼ା ଥାନା ଅଞ୍ଚଳରେ ପୁଣି ଚୋରି: ତାଲା ଭାଙ୍ଗି ଦୃର୍ବୁତ୍ତ ଲୁଟି ନେଲେ ସୁନା ଅଳଙ୍କାର

Udaya_Labanya | March 2, 2023 | 6 views |0 | Breaking News , Crime , District


ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି । ଗତ ରାତିରେ ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଜାମପଦା ସାହିର ଆର୍ମି ଜେସିଓ ଚନ୍ଦ୍ର ପ୍ରକାଶ ପ୍ରଧାନଙ୍କ ଘରେ କେହି ନଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ତାଙ୍କ ଘରର ମୁଖ୍ୟ ଓ ଭିତର ଫାଟକ ତାଲା ଭାଙ୍ଗି ଘରେ ପଶି ଆଲମିରା ଭାଙ୍ଗି ସେଥିରେ ଥିବା ପ୍ରାୟ ଚାରି ଲକ୍ଷରୁ ଉର୍ଦ୍ଧ ଟଙ୍କା ମୁଲ୍ୟର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି । ବୁଧବାର ସମ୍ପୃକ୍ତ ଆର୍ମି ଅଫିସରଙ୍କ ଭାଇ ଘର ନିକଟକୁ ଆସିବା ପରେ ଘରର ତାଲା ଭଙ୍ଗାଯାଇଥିବା ସହ ଆଲମିରା ଭଙ୍ଗା ଯାଇଥିବା ଦେଖି ବାଲିଗୁଡ଼ା ଥାନା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ପୋଲିସ୍ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ଗତ ୨୩ ତାରିଖରେ ବାଲିଗୁଡ଼ା ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ମଧ୍ୟ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଥିଲା । ଘଟଣାର ସପ୍ତାହେ ନପୁରୁଣୁ ପୁଣି ଗତକାଲି ରାତିରେ ଆଉ ଏକ ଲୁଟ୍ ହୋଇଥିବା ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ଗୋଟିଏ ପଟେ ଦିନକୁ ଦିନ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ପୂର୍ବରୁ ଜଣକୁ ଗିରଫ କରିଥିବା ବେଳେ ଗତକାଲି ଏକ ଡକାୟତି ଗ୍ୟାଙ୍ଗର ଆଉ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଅନ୍ୟପଟେ ଏହି ସବୁ ଘଟଣାରେ ଆଉ କେଉଁ ଗ୍ୟାଙ୍ଗର ସମ୍ପୃକ୍ତି ରହିଛି ତାହା ପୋଲିସ୍ ପାଇଁ ମୁଣ୍ଡ ବିନ୍ଧାର କାରଣ ହୋଇଛି । ସମସ୍ତ ଘଟଣାକୁ ନେଇ ଡକାୟତି ଗ୍ୟାଙ୍ଗକୁ ଧରିବା ଓ ଘଟଣାର ପର୍ଦ୍ଦାଫାଶ କରିବା ପୋଲିସ୍ ପାଇଁ ଏବେ ବଡ଼ ଚ୍ୟାଲେଞ୍ଜ୍ ସୃଷ୍ଟି କରିଛି l

Share this

Related Posts

ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର…

Udaya_Labanya | March 25, 2023 | 12 views |0

ଫୁଲବାଣୀ (ସୁନୀଲ ପଟନାୟକ )ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ ର ରାଜ୍ୟ ଛାତ୍ର ସଭାପତି ହେଲେ କନ୍ଧମାଳ ର ଯୁବ ସମାଜସେବୀ ଦେବାଶିଷ ସାହାଣୀ lଦେବାଶିଷ ଙ୍କୁ ରାଜ୍ୟ ଶାଖା ତରଫରୁ ମନନୀତ କରାଯାଇଛି lଶନିବାର ଅନୁଷ୍ଠିତ ସଭାରେ ଅନ୍ତର୍ଜାତୀୟ ମାନବାଧିକାର ରକ୍ଷକ…

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 140 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

Leave a Reply

Your email address will not be published. Required fields are marked *

Archives

Categories