ଏଲପିଜି ଦର ବୃଦ୍ଧି ପ୍ରତିବାଦରେ କନ୍ଧମାଳ ମହିଳା କଂଗ୍ରେସ ତରଫରୁ ବିକ୍ଷୋଭ ପ୍ରଦର୍ଶନ

Udaya_Labanya | March 5, 2023 | 9 views |0 | Breaking News , District , State , ରାଜ୍ୟ ଖବର


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ରନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ମହିଳା କଂଗ୍ରେସ ପକ୍ଷରୁ କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ରାଜ୍ୟ ସଂଗଠନର ନିର୍ଦ୍ଦେଶ ପ୍ରକାରେ ଜିଲ୍ଲା ମହିଳା କଂଗ୍ରେସ ସଭାପତି ରୁଦା ମଲିକଙ୍କ ନେତୃତ୍ୱରେ ଦଳୀୟ କର୍ମୀ ଏକ ରାଲିରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଘରୋଇ ଗ୍ୟାସ ସିଲିଣ୍ଡର ପିଛା ୫୦ ଟଙ୍କା ଓ ବ୍ୟବସାୟିକ ଗ୍ୟାସ ଏକକାଳୀନ ୩୫୦ ଟଙ୍କା ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ କଂଗ୍ରେସ ନେତା। ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଅନାମ ନାୟକଙ୍କ ସମେତ ନଗର କଂଗ୍ରେସ ସଭାପତି ଶିବଶଙ୍କର ବେହେରା, ଛାତ୍ର କଂଗ୍ରେସ ସଭାପତି ଅନୁପମ କହଁର, ବରିଷ୍ଠ ନେତା ବିଜୟ ମହାନ୍ତି, ହେମନ୍ତ କର, ବଳଦେବ ବେହେରା, ଗୌରଚରଣ ବେହେରା, ସଂସାର ଭୋଇ ପ୍ରମୂଖ ଯୋଗ ଦେଇ ପରିଚାଳନାରେ ସହଯୋଗ କରିଥିଲେ।

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories