ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର : ଭଙ୍ଗା ଦଦରା ଘରେ ଭବିଷ୍ୟତ ଗଢୁଛନ୍ତି ଦେଶର ଭବିଷ୍ୟତ

Udaya_Labanya | March 9, 2023 | 5 views |0 | Breaking News , District


ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ଭଙ୍ଗା ଦଦରା ଘରେ ଚାଲିଛି ଶିକ୍ଷା ଦାନ । ବିପଦ ସଂକୁଳ ଅବସ୍ଥାରେ ଗଢ଼ାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ ରହିବା,ଖାଇବା ସହ ମାଗଣାରେ ବହି,ଖାତା, ପୋଷାକ ଓ ଯୋତା ଆଦି ଯୋଗାଇ ଦେଉଛନ୍ତି । ଏଥି ସହିତ ଛାତ୍ରଛାତ୍ରୀଙ୍କୁ ଉନ୍ନତ ମାନର ଶିକ୍ଷା ପ୍ରଦାନ ପାଇଁ ବିଭିନ୍ନ ଯୋଜନା ମଧ୍ୟ କଲେଣି କିନ୍ତୁ, ଆଜିବି ଏମିତି ଅନେକ ଅଞ୍ଚଳ ରହିଛି ଯେଉଁଠିକି ଏସବୁ ଯୋଜନା ସେମାନଙ୍କ ପାଇଁ ସାତସପନ ପାଲଟିଛି । କୋଟଗଡ଼ ବ୍ଲକ୍ ଅନ୍ତର୍ଗତ ଓରା ପଞ୍ଚାୟତର ଆଡାରି ବିଦ୍ୟାଳୟ ହେଉଛି ଏହାର ଜ୍ୱଳନ୍ତ ଉଦାହରଣ । ୨୦୧୦ ମସିହାରେ ଏହି ବିଦ୍ୟାଳୟଟି ସ୍ଥାପିତ ହେଇଥିଲା। ହେଲେ ଦୁଃଖ ଓ ପରିତାପର ବିଷୟ ଯେ ଉକ୍ତ ବିଦ୍ୟାଳୟକୁ ଯିବା ନିମନ୍ତେ ରାସ୍ତା ଟିଏ ନାହିଁ । ଫଳରେ ଛାତ୍ରଛାତ୍ରୀ ବିଲ ହୁଡ଼ା ଦେଇ ବିଦ୍ୟାଳୟକୁ ଯିବାକୁ ପଡୁଛି । ବିଦ୍ୟାଳୟରେ ଶ୍ରେଣୀ ଗୃହ ନଥିବାରୁ ଭଙ୍ଗା ଦଦରା କୁଡ଼ିଆ ଘରେ ବିପଦ ସଂକୁଳ ଅବସ୍ଥାରେ ଚାଲିଛି ଶିକ୍ଷାଦାନ । ପାଞ୍ଚଟି ଶ୍ରେଣୀ ପାଇଁ ଗୋଟିଏ ମଧ୍ୟ ଭଲ ଗୃହ ନାହିଁ । ଏଥିରୁ ସ୍ପଷ୍ଟ ଅନୁମେୟ ଯେ ଏହି ବିଦ୍ୟାଳୟରେ ଅନ୍ୟାନ୍ୟ ବ୍ୟବସ୍ଥା କଣ ଥିବ? ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମୁଦାୟ ୨୬ଜଣ ଛାତ୍ରଛାତ୍ରୀ ପଢ଼ୁଥିବା ବେଳେ ପ୍ରଧାନ ଶିକ୍ଷକ ବାଳି ପ୍ରଧାନ ଓ ସହକାରୀ ଶିକ୍ଷକ ଦାଶରଥୀ ମାର୍ଥା ନିୟମିତ ବିଦ୍ୟାଳୟକୁ ଯାଇ ଛାତ୍ର ଛାତ୍ରୀଙ୍କୁ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି । ଏନେଇ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଉନାହିଁ । ଯଥା ଶୀଘ୍ର ବିଦ୍ୟାଳୟର ଶ୍ରେଣୀ ଗୃହ ସମେତ ଆନୁସଙ୍ଗିକ ବ୍ୟବସ୍ଥା ନସୁଧାରିଲେ ଆଗାମୀ ଦିନରେ ବ୍ଲକ୍ କାର୍ଯ୍ୟାଳୟ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିବୁ ବୋଲି ଚେତାବନୀ ଦେଇଛନ୍ତି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁରତ ପାଟମାଝି ଓ ଅଞ୍ଚଳବାସୀ ।

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories