ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା

Udaya_Labanya | March 29, 2023 | 20 views |0 | Breaking News , District , ରାଜ୍ୟ ଖବର


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ ସହ ୩୦,୦୦୦ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି ବିଚାରପତି । ୧୨ଜଣ ସାକ୍ଷୀ ବୟାନ ଆଧାରକୁ ଵିଚାର କରି ଏଭଳି ରାୟ ଶୁଣାଇଛନ୍ତି କୋର୍ଟ । ଜରିମାନା ଅନାଦେୟ ଆଉ ଅଧିକ ୩ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ସେ ଉଲ୍ଲେଖ କରିଛନ୍ତି । ସରକାରଙ୍କ ତରଫରୁ ପୋକ୍ସୋ କୋର୍ଟର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ । ସୂଚନାଥାଉକି, ପୀଡ଼ିତାର ପିତା ମାତା ସ୍ୱାସ୍ଥ୍ୟ ପରିକ୍ଷା ପାଇଁ ଫୁଲବାଣୀ ଡାକ୍ତରଖାନା ଯାଇଥିବାବେଳେ ପୀଡିତା ଘରେ ଏକୁଟିଆ ଥିବାର ସୁଯୋଗରେ ଅପରାହ୍ନରେ ଅଭିଯୁକ୍ତ ଦୁଷ୍କର୍ମ ଉଦ୍ୟମ କରିଥିଲେ । ଏହି ସମୟରେ ପୀଡିତା ଚିତ୍କାର କରିଵାରୁ ତା’ର ସାଙ୍ଗ ଦୌଡି ଆସିଥିଲା । ଯେଉଁଥିପାଇଁ ଦୌଡି ପଳାଇ ଥିଲା ଅଭିଯୁକ୍ତ । ପରେ ଏ ସ°କ୍ରାନ୍ତରେ ପୀଡିତା ଫିରିଙ୍ଗିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଥାନାଧିକାରୀ ଥାନା ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଇଥିଲେ ।

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories