ନିର୍ମାଣ କାମ କରୁଥିବା ବେଳେ ବଡ଼ ଅଘଟଣ: ନାବାଳକର ମଳ ଦ୍ବାରରେ ପଶିଗଲା ଶାବଳ

Udaya_Labanya | April 2, 2023 | 8 views |0 | Breaking News , District


ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ନିର୍ମାଣ କାମ କରୁଥିବା ବେଳେ ବଡ଼ ଅଘଟଣ ଘଟିଯାଇଥିବା ଜଣାପଡ଼ିଛି । ଛାତରୁ ପଡ଼ିବା ବେଳେ ନାବାଳକର ମଳ ଦ୍ବାରରେ ଶାବଳ ପଶି ଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ତଳ ସୁବର୍ଣ୍ଣଗିରି ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଶନିବାର ସକାଳେ ତଳ ସୁବର୍ଣ୍ଣଗିରି ଅଞ୍ଚଳର ସନାତନ ପାଟଗୁରୁଙ୍କ ୧୬ ବର୍ଷର ପୁଅ ଶକ୍ତି ପାଟଗୁରୁ ନିକଟସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ନିର୍ମାଣ କାମ କରିବା ପାଇଁ ଯାଇଥିଲେ । ଭାଙ୍ଗି ଯାଇଥିବା ଆଜବେଷ୍ଟସ ବାହାର କରିବା ପାଇଁ ଶକ୍ତି ଆଜବେଷ୍ଟସ ଉପରକୁ ଚଢ଼ିଥିଲା ସେହି ସମୟରେ ଘର ଭିତରେ ଅନ୍ୟଜଣେ ଶ୍ରମିକ ଏକ ଶାବଳ ଧରି ଠିଆ ହୋଇଥିଲେ । ଅସାବଧାନତା ଯୋଗୁଁ ଶକ୍ତି ଭଙ୍ଗା ଆଜବେଷ୍ଟସ ରୁ ଖସି ଘର ଭିତରେ ଶାବଳ ଉପରେ ପଡ଼ିବାରୁ ଶାବଳଟି ଶକ୍ତି ର ତଳ ଦ୍ବାରରେ ପଶିଯାଇଥିବା ଜଣାପଡ଼ିଛି । ଘଟଣା ଘଟିବାର ଖବରପାଇ ପରିବାର ଲୋକେ ଶକ୍ତିକୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଶକ୍ତିକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି । ସେପଟେ ସରକାରୀ ସ୍କୁଲରେ ମରାମତି କାର୍ଯ୍ୟ ନାବାଳକ ଶ୍ରମିକଙ୍କ ଦ୍ବାରା କିଭଳି କରାଯାଉଥିଲା । କେଉଁ ଠିକାଦାର ଏହି କାର୍ଯ୍ୟ କରୁଥିଲେ ଏବଂ କେଉଁ ଅଧିକାରୀ କାର୍ଯ୍ୟ ତଦାରଖ ଦାୟିତ୍ଵରେ ଥିଲେ । ଏଥିସହିତ ନାବାଳକ ଶ୍ରମିକଙ୍କୁ ବିପଦ ସଂକୁଳ କାର୍ଯ୍ୟରେ ନିୟୋଜିତ କିଭଳି କରାଯାଉଥିଲା ଏହାର ତଦନ୍ତ ହେବା ହେବା ସହ ଦୋଷୀ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଜରୁରୀ ବୋଲି ସାଧାରଣରେ ଆଲୋଚନା ହେଉଛି ।

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories