ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ:ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

Udaya_Labanya | April 2, 2023 | 14 views |0 | Breaking News , District


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲାରେ ଶିଶୁ ମାନଙ୍କୁ ସାହଯ୍ୟ, ସହଯୋଗ ଓ ସୁରକ୍ଷା ପ୍ରଦାନ ପାଇଁ ଅହରହ କାର୍ଯ୍ୟ କରି ଆସୁଥିବା ଚାଇଲ୍ଡ ଲାଇନ ପକ୍ଷରୁ ବାଲିଗୁଡ଼ା ସ୍ଥିତ ବନବାସୀ ସେବା ସମିତି ସଭାଗୃହ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ସମିତି ପରିସରରେ ଥିବା ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ୱନାଥ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ପ୍ରଜ୍ଜଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ l ଏଥିରେ ଚାଇଲ୍ଡ ଲାଇନ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର ପଣ୍ଡା, ସଂଯୋଜିକା ରଞ୍ଜିତା କମ୍ପୋ ଓ ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ରହି ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ ଦେଇଥିଲେ। ଚଳିତ ବର୍ଷ ଜିଲ୍ଲା ଚାଇଲ୍ଡ ଲାଇନ ୪ଶହ ଟି ମାମଲା ହାତକୁ ନିଆଯାଇଥିବା ବେଳେ ୩୬ଟି ବାଲ୍ୟ ବିବାହ ରୋକାଯିବା ସହ ବିଭିନ୍ନ ମାମଲା ହାତକୁ ନେଇ ତାର ସମାଧାନ କରାଯାଇଥିବା ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଥିଲେ। ଶିଶୁ ମାନଙ୍କୁ ସହାୟତା ପାଇଁ ୧୦୯୮ ନମ୍ବର କୁ ଫୋନ କରିବା ପାଇଁ କନ୍ଧମାଳ ଚାଇଲ୍ଡ ଲାଇନର ନିର୍ଦ୍ଦେଶକ ଶ୍ରୀ ପଣ୍ଡା ନିବେଦନ କରିଛନ୍ତି।

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories