ବର୍ଷାରେ ଭାଙ୍ଗିଲା ପୋଲ, ଯାତାୟତ ବାଧାପ୍ରାପ୍ତ

Udaya_Labanya | May 4, 2023 | 13 views |0 | Breaking News , District


କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଭୃଙ୍ଗିଯୋଡି ପଞ୍ଚାୟତ କଡୁରାହା ଠାରୁ ଜ୍ରାକି ରାହାକୁ ସଂଯୋଗ କରୁଥିବା ରାସ୍ତା ବର୍ଷାରେ ଭାଙ୍ଗି ପଡିଛି। ଫଳରେ ଏହି ରାସ୍ତା ଦେଇ ଯାଉଥିବା ଜ୍ରାକି ରାହା, ଡହିଙ୍ଗିଆ, ଡାଡିଲାଇ, କରୁକଜା, ମହଲ୍ଲିଙ୍ଗିଆ ଭଳି ଅନେକ ଛୋଟ ବଡ଼ ଗାଁ ଏହି ରାସ୍ତା ଉପରେ ନିର୍ଭର କରୁଥିବା ବେଳେ ବର୍ତମାନ ଯାତାୟତ ସମ୍ପୂର୍ଣ ବାଧା ପ୍ରାପ୍ତ ହୋଇଛି।ଯାହା ଫଳରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ୫ଟି ଗାଁର ଜନସାଧାରଣଙ୍କ ଗମନାଗମନ ପାଇଁ ବହୁତ ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଏକ ସ୍ଥାୟୀ ପକ୍କା ପୋଲ ମରାମତି କରିବାକୁ ଅଞ୍ଚଳ ବାସୀଙ୍କ ତରଫରୁ ପ୍ରବଳ ଦାବୀ ହେଉଛି l

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories