ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ

Udaya_Labanya | May 11, 2023 | 19 views |0 | Breaking News , District , ରାଜ୍ୟ ଖବର


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ ଆୟୋଜିତ ହୋଇଯାଇଛି। ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ର ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ପୁଷ୍ପ ମାଲ୍ୟାର୍ପଣ କରିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା l ଉକ୍ତ ଉତ୍ସବରେ ବିଭାଗୀୟ ମୁଖ୍ୟ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ମୁଖ୍ୟବକ୍ତା ଭାବେ ଜି.ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ର ମୁଖ୍ୟ ଅଧ୍ୟାପକ ଡ଼.ନଳିନୀ କୁମାର ପାଣିଗ୍ରାହୀ ଯୋଗ ଦେଇ ଆଦର୍ଶ ଛାତ୍ର ଜୀବନ ସମ୍ପର୍କରେ ଉପସ୍ଥିତ ଅତିଥି ମାନେ ଗୁରୁତ୍ୱାରୋପ କରିଥିଲେ। ବିଭାଗର ଛାତ୍ର ଛାତ୍ରୀ ମାନେ ପ୍ରାରମ୍ଭିକ ଓ ଉଦଯାପନୀ ସଙ୍ଗୀତ ଗାନ କରିଥିଲେ l + ୩ ଅନ୍ତିମ ବର୍ଷ ଛାତ୍ର ଛାତ୍ରୀଙ୍କୁ +୩ ଦ୍ଵିତୀୟ ଓ ପ୍ରଥମ ବାର୍ଷିକ ଛାତ୍ରଛାତ୍ରୀ ମାନେ ମେଲାଣି ଜଣାଇଥିଲେ । ଶେଷରେ ଶ୍ରୀ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ l

Share this

Related Posts

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views |0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରକୃତି ମିତ୍ର…

Udaya_Labanya | June 8, 2023 | 8 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକରେ ଅବସ୍ଥାପିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି l ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ…

Leave a Reply

Your email address will not be published. Required fields are marked *

Archives

Categories