ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟଣା : କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ତରଫରୁ ଦୀପ ଦାନ ସହ ଶ୍ରଦ୍ଧାଞ୍ଜଳି

Udaya_Labanya | June 3, 2023 | 16 views |0 | Breaking News , District


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):ଲୌହଦାନବର ରକ୍ତଭୋଜିରେ ଦେଶ ସମେତ ସାରା ବିଶ୍ୱ ସ୍ତବ୍ଧ । ବାଲେଶ୍ୱର ବାହାନଗାରେ ଶୁକ୍ରବାର ରାତିରେ ଘଟିଥିବା ଭୟଙ୍କର ଟ୍ରେନ୍ ସତରେ ଖୁବ୍‌ ହୃଦୟ ବିଦାରକ । ରାତିର ଛାତି ଚିରି ଦୁର୍ଘଟଣା ସ୍ଥଳରେ ବହିଲା ରକ୍ତର ନଦୀ . .କାହାର ଆର୍ତ୍ତଚିତ୍କାର ତ ପୁଣି କାହାର କାନ୍ଦ ବୋବାଳି … ଚାରିଆଡ଼େ ଶୁଭୁଥିଲା କରୁଣ ସ୍ୱର. . . ହେଲେ ସାହାଯ୍ୟର ହାତ ବଢ଼ିବା ଆଗରୁ ଛଟପଟ୍‌ ହୋଇ ଅନେକ ଲୋକଙ୍କ ଜୀବନ ଚାଲିଗଲା . . ଏ ନେଇ କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ତରଫରୁ ଗଭୀର ଶୋକବ୍ୟକ୍ତ କରାଯାଇଛି । ଏହି ପରିପ୍ରେକ୍ଷୀରେ ସଂଘର ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସ ଙ୍କ ନେତୃତ୍ୱରେ ସ୍ଥାନୀୟ ଗାନ୍ଧୀ ଛକ ନିକଟରୁ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହି ଏକ ନୀରବ ଶୋଭାଯାତ୍ରା ରେ ବାହାରି ମା ‘ପାଟଖଣ୍ଡା ଙ୍କ ମନ୍ଦିର ନିକଟରେ ପହଞ୍ଚି ମୃତକଙ୍କ ପ୍ରତି ଗଭୀର ସମବେଦନା ସହ ଦୁଃଖ ପ୍ରକାଶ କରିବା ସହ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l ଆହତଙ୍କ ଆରୋଗ୍ୟ ମଧ୍ୟ କାମନା କରି ମା ‘ପାଟଖଣ୍ଡା ଙ୍କ ନିକଟରେ ଦୀପ ପ୍ରଜ୍ଜଳନ ସହ ଶ୍ରଦ୍ଧାଞ୍ଜଳି ଜଣାଯାଇଛି । ଏଥିରେ ସଂଘର ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସଙ୍କ ସମେତ ସମସ୍ତ ସଦସ୍ୟ ଏବଂ ଅଞ୍ଚଳର ପ୍ରତ୍ୟେକ ଅନୁଷ୍ଠାନ, ବୁଦ୍ଧିଜୀବୀ ଓ ଜନସାଧାରଣ ଙ୍କ ତରଫରୁ ମଧ୍ୟ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ତତ ସଙ୍ଗେ ସଙ୍ଗେ ଉଦ୍ଧାର କାର୍ଯ୍ୟରେ ଲଗିଥିବା ସମସ୍ତଙ୍କୁ ସଂଘ ତରଫରୁ ପ୍ରସଂଶା ମଧ୍ୟ କରାଯାଇଛି l

Share this

Related Posts

କାମାକ୍ଷାନଗର ଅବକାରୀ ବିଭାଗର ସଫଳତା ।ବିଭିନ୍ନ ଜାଗା…

Udaya_Labanya | September 28, 2023 | 12 views |0

କାମାକ୍ଷାନଗର ( ଉଲ୍ଲାପ୍ର )କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ କଙ୍କଡ଼ାହାଡ଼ ବିରାସାଳ ଅଞ୍ଚଳ , କାମାକ୍ଷାନଗର ଅଞ୍ଚଳ ଓ ତୁମୁସୀଙ୍ଗା ଅଞ୍ଚଳ ଚଢ଼ାଉ କରାଯାଇ ଅଠର ଟି ମକଦ୍ଦମା ରୁଜୁ ହୋଇ ଥିବା ବେଳେ ସତର ଜଣଙ୍କୁ ଗିରଫ କରିବା ସହ,୫ଶହ…

ଫୁଲବାଣୀ ରେ ବର୍ଦ୍ଧିତ ହୋଲ୍ଡିଙ୍ଗ ଟ୍ୟାକ୍ସ ସମ୍ପର୍କରେ…

Udaya_Labanya | September 28, 2023 | 10 views | 0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ବର୍ତ୍ତମାନ୍ହୋଲଡିଂ ଟ୍ୟାକ୍ସ ବୃଦ୍ଧି କରାଯାଇଥିବାରୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି lଏହାକୁ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ପୂର୍ବରୁ ବିରୋଧ କରାଯାଇ ଆସୁଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିବା…

Leave a Reply

Your email address will not be published. Required fields are marked *

Archives

Categories