ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣା ଗ୍ରସ୍ତ :
ଜଣେ ମୃତ, ଜଣେ ଗୁରୁତର

Udaya_Labanya | July 3, 2023 | 17 views |0 | Breaking News , District


ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଜକିକିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣା ଗ୍ରସ୍ତ । ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ମୃତକ କ.ନୂଆଗାଁ ଥାନା ରାଜଘରା ଗ୍ରାମର ସୁବେରସିଂ ପ୍ରଧାନଙ୍କ ପୁଅ ଆଡଭାନସିଂ ପ୍ରଧାନ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ରବିବାର ସକାଳେ ରାଜଘରା ଗ୍ରାମର ଦୁଇ ଯୁବକ ଆଡଭାନସିଂ ପ୍ରଧାନ ଓ ଦିନେଶ କୁମାର ପ୍ରଧାନ ଏକ ମୋଟର ସାଇକେଲରେ କୌଣସି ଏକ କାମରେ ଯାଉଥିବା ବେଳେ ୫୯ ନଂ ଜାତୀୟ ରାଜପଥ ଜକିକିଆ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲେ । ଖବର ପାଇ ସେହି ଅଞ୍ଚଳର ଯୁବ ସମାଜସେବୀ ଅରୁଣ ନାୟକ ନିଜ ଅଟୋ ସାହାଯ୍ୟରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଡ଼ାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଆଡଭାନସିଂ ପ୍ରଧାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଦିନେଶ କୁମାର ପ୍ରଧାନ ଚିକିତ୍ସିତ ହେଉଥିବା ଜଣାପଡିଛି ।

Share this

Related Posts

ଦାବି ପୂରଣ ନେଇ ପାଚିକା ସଂଘ ର୍…

Udaya_Labanya | September 27, 2023 | 4 views |0

ଫୁଲବାଣୀ - (ସୁନୀଲ ପଟ୍ଟନାୟକ)ସରକାର ପାଚିକା ଓ ସହାୟିକା ମାନଙ୍କୁ ବିଭିନ୍ନ୍ ସମୟରେ ଦରମା ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ପ୍ରତାରଣା କରୁଥିବା ରୁ ପାଚିକା ସଂଘ ପକ୍ଷ୍ୟରୁ ଫୁଲବାଣୀ ଠାରେ ବିଭିନ୍ନ୍ ଦାବି ପୂରଣ ନେଇ ରାଲି…

କନକ କୁମାର ମାଝୀ ନୂତନ ଟାଉନ୍ ଥାନା…

Udaya_Labanya | September 27, 2023 | 9 views | 0

ଫୁଲବାଣୀ (ସୁନୀଲ ପଟ୍ଟନାୟକ)କନକ କୁମାର ମାଝୀ ଫୁଲବାଣୀ ଟାଉନ୍ ଥାନା ର୍ ନୂତନ ଥାନା ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି l ଫଳରେ ବିଭିନ୍ନ୍ ସଂଗଠନ ପକ୍ଷରୁ ନୂତନ ଥାନା ଅଧିକାରୀ ମାଝୀ ଙ୍କୁ ସ୍ୱାଗତ୍ ସମ୍ବର୍ଦ୍ଧନା ଦିଆଯାଇଥିଲା lଗୃହ…

Leave a Reply

Your email address will not be published. Required fields are marked *

Archives

Categories