ବିଭିନ୍ନ ଦାବି ସହ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମୁଖୀ କାର୍ଯ୍ୟ କଳାପ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ

Udaya_Labanya | July 17, 2023 | 15 views |0 | Breaking News , District


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଛାତ୍ରୀଛାତ୍ର ମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ମନମୁଖୀ କାର୍ଯ୍ୟକଳାପ ବିରୋଧରେ ନାରାବାଜି କରିଥିଲେ। ଏପରିକି ପ୍ରଧାନ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କ ଶିକ୍ଷା ବ୍ୟବସ୍ଥାକୁ ଜାଣିଶୁଣି ନଷ୍ଟ କରୁଥିବା ଅଭିଯୋଗ କରିଛନ୍ତି। ଛାତ୍ରୀଛାତ୍ର ଙ୍କ ପାଇଁ ସରକାର ଦେଉଥିବା ଅନୁଦାନକୁ ଚଞ୍ଚକତା କରି ହରି ଲୁଟ କରାଯାଉଥିବା ଛାତ୍ରୀଛାତ୍ରମାନେ ପ୍ରକାଶ କରିଛନ୍ତି। ଏଥିରେ କିଏ ମୁହଁ ଖୋଲିଲେ ଛାତ୍ରୀଛାତ୍ରଙ୍କ ପାଠ ପଢାରେ ବାଧା ସୃଷ୍ଟି କରାଯାଉଛି। ଏପରିକି ବିଦ୍ୟାଳୟର କିଛି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦରମା ୩ ମାସ ହେଲା ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ବିକ୍ଷୋଭ କରାଯାଉଥିବା ଶୁଣି ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବୁରୁ ପଡ୍ରା, ଗୋଷ୍ଠୀ ଶିକ୍ଷା ଅଧିକାରୀ ରସାନନ୍ଦ କର ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରି ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବାରୁ ଦୀର୍ଘ ୪ଘଣ୍ଟାର ଆନ୍ଦୋଳନ ବନ୍ଦ କରି ଶ୍ରେଣୀ ଗୃହରେ ପାଠ ପଢିଥିଲେ। ହେଲେ ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ ହେବ ବୋଲି ଛାତ୍ରୀଛାତ୍ରମାନେ ଚେତାବନୀ ଦେଇଛନ୍ତି। ଏନେଇ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ସହ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ସେ କୌଣସି ପ୍ରକାରେ ଉତ୍ତର ଦେଇ ନ ଥିଲେ।

Share this

Related Posts

କାମାକ୍ଷାନଗର ଅବକାରୀ ବିଭାଗର ସଫଳତା ।ବିଭିନ୍ନ ଜାଗା…

Udaya_Labanya | September 28, 2023 | 12 views |0

କାମାକ୍ଷାନଗର ( ଉଲ୍ଲାପ୍ର )କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ କଙ୍କଡ଼ାହାଡ଼ ବିରାସାଳ ଅଞ୍ଚଳ , କାମାକ୍ଷାନଗର ଅଞ୍ଚଳ ଓ ତୁମୁସୀଙ୍ଗା ଅଞ୍ଚଳ ଚଢ଼ାଉ କରାଯାଇ ଅଠର ଟି ମକଦ୍ଦମା ରୁଜୁ ହୋଇ ଥିବା ବେଳେ ସତର ଜଣଙ୍କୁ ଗିରଫ କରିବା ସହ,୫ଶହ…

ଫୁଲବାଣୀ ରେ ବର୍ଦ୍ଧିତ ହୋଲ୍ଡିଙ୍ଗ ଟ୍ୟାକ୍ସ ସମ୍ପର୍କରେ…

Udaya_Labanya | September 28, 2023 | 10 views | 0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ବର୍ତ୍ତମାନ୍ହୋଲଡିଂ ଟ୍ୟାକ୍ସ ବୃଦ୍ଧି କରାଯାଇଥିବାରୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି lଏହାକୁ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ପୂର୍ବରୁ ବିରୋଧ କରାଯାଇ ଆସୁଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିବା…

Leave a Reply

Your email address will not be published. Required fields are marked *

Archives

Categories