ଭୁଷୁଡ଼ି ପଡିଲା ସ୍ମାର୍ଟ ସ୍କୁଲ ପାଚେରୀ : ନିମ୍ନମାନର କାମ ଅଭିଯୋଗ : ତଦନ୍ତ ଦାବୀ କଲେ ଗ୍ରାମବାସୀ

Udaya_Labanya | August 1, 2023 | 24 views |0 | Breaking News , District


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି । ଖାସ୍ କରି ଆଦିବାସୀଙ୍କ ବିକାଶ ପାଇଁ କୋଟି କୋଟି ଟଙ୍କା ବି ଖର୍ଚ୍ଚ କରୁଛନ୍ତି । ଆଦିବାସୀ ଛାତ୍ରଛାତ୍ରୀମାନେ କିପରି ଗୁଣାତ୍ମକ ଶିକ୍ଷାରୁ ବଞ୍ଚିତ ନହେବେ, ସେଥ‌ିପାଇଁ ନିର୍ମାଣ ହେଉଛି ନୂତନ ନୂତନ ସ୍ମାର୍ଟ ବିଦ୍ୟାଳୟ । ଏଠାରେ ପାଠ ପଢିବା ସହ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି । ହେଲେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଏହାର ପୁରା ଅଲଗା ଚିତ୍ର ଦେଖିବାକୁ ମିଳିଛି । ବର୍ତ୍ତମାନ ଏକ ସପ୍ତାହ ହେଲା ସମଗ୍ର ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିବା ଏବଂ ବିଦ୍ୟାଳୟ ର ପାଚେରୀ କାର୍ଯ୍ୟ ଅତି ନିମ୍ନମାନର କାମ ହୋଇଥିବା ଯୋଗୁଁ ଭାଙ୍ଗିପଡ଼ିଛି ପାଚେରୀ । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡାରେ ଥ‌ିବା ସରକାରୀ ଉଚ୍ଚ ବିଦ୍ୟାଳୟଟି ପ୍ରଥମ ପର୍ଯ୍ୟାୟରେ ସ୍ମାର୍ଟ ସ୍କୁଲ ଭାବେ ଘୋଷଣା ଲାଗି ୪୦ ଲକ୍ଷରୁ ଅଧ‌ିକ ଟଙ୍କା ଖର୍ଚ୍ଚ କରାଯାଇଥିଲା । ହେଲେ ପୁନର୍ବାର ପାଚେରୀ ନିର୍ମାଣ ପାଇଁ ପଇସା ହୋଇନଥିବାରୁ ବ୍ଳକ ତରଫରୁ ନୂତନ ପାଚେରୀ ନିର୍ମାଣ ପାଇଁ ଟଙ୍କା ମଞ୍ଜୁର କରାଯାଇଥିଲା ।ତେବେ ନୂତନ ପାଚେରୀ ନିର୍ମାଣ କରାଗଲା, ହେଲେ ନିର୍ମାଣର ଏକ ବର୍ଷ ଭିତରେ ଭାଙ୍ଗିପଡିଲା ପାଚେରୀ । ନିମ୍ନ ମାନର କାମ ଲାଗି ପାଚେରୀ ଭାଙ୍ଗିଥ‌ିବା ଜଣାପଡିଛି । ବର୍ତ୍ତମାନ ଏହି ବିଦ୍ୟାଳୟରେ ୨୨୫ ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । ବିଭାଗୀୟ ଅଧିକାରୀମାନେ ସବୁ ଜାଣିଶୁଣି ଚୁପ୍ ବସୁଛନ୍ତି । ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଉନ୍ନତ ମାନର ପାଚେରୀ ନିର୍ମାଣ କରିବା ସହ ନିମ୍ନ ମାନର ପାଚେରୀ ନିର୍ମାଣ କରିଥିବା ଠିକାଦାରଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ଙ୍କ ତରଫରୁ ପ୍ରବଳ ଦାବୀ ହେଉଛି l

Share this

Related Posts

କାମାକ୍ଷାନଗର ଅବକାରୀ ବିଭାଗର ସଫଳତା ।ବିଭିନ୍ନ ଜାଗା…

Udaya_Labanya | September 28, 2023 | 12 views |0

କାମାକ୍ଷାନଗର ( ଉଲ୍ଲାପ୍ର )କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ କଙ୍କଡ଼ାହାଡ଼ ବିରାସାଳ ଅଞ୍ଚଳ , କାମାକ୍ଷାନଗର ଅଞ୍ଚଳ ଓ ତୁମୁସୀଙ୍ଗା ଅଞ୍ଚଳ ଚଢ଼ାଉ କରାଯାଇ ଅଠର ଟି ମକଦ୍ଦମା ରୁଜୁ ହୋଇ ଥିବା ବେଳେ ସତର ଜଣଙ୍କୁ ଗିରଫ କରିବା ସହ,୫ଶହ…

ଫୁଲବାଣୀ ରେ ବର୍ଦ୍ଧିତ ହୋଲ୍ଡିଙ୍ଗ ଟ୍ୟାକ୍ସ ସମ୍ପର୍କରେ…

Udaya_Labanya | September 28, 2023 | 10 views | 0

ଫୁଲବାଣୀ (ସୁନୀଲ ପଟନାୟକ)ଫୁଲବାଣୀ ସହର ରେ ବର୍ତ୍ତମାନ୍ହୋଲଡିଂ ଟ୍ୟାକ୍ସ ବୃଦ୍ଧି କରାଯାଇଥିବାରୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି lଏହାକୁ ଜିଲ୍ଲା ମିଳିତ ନାଗରିକ କମିଟି ପକ୍ଷରୁ ପୂର୍ବରୁ ବିରୋଧ କରାଯାଇ ଆସୁଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିବା…

Leave a Reply

Your email address will not be published. Required fields are marked *

Archives

Categories