*ଅଦ୍ୟ ନଭେମ୍ବର ୨୫ ତାରିଖ ୨୦୧୯ମସିହା(ସୋମବାର)* *ଶକାବ୍ଦ -୧୯୪୧* *ସମ୍ବତ -୨୦୭୬* *ସାଲ-୧୪୨୭* *ସମ୍ବତ୍ସର -ପ୍ରମାଥୀ* *ମାର୍ଗଶୀର -କୃଷ୍ଣପକ୍ଷ* *ତିଥି -ଚତୁର୍ଦ୍ଦଶୀ ରାତ୍ରି ୧୦/୫୨ ପର୍ଯ୍ୟନ୍ତ ତଦନ୍ତେ ଅମାବାସ୍ୟା ନକ୍ଷତ୍ର-ସ୍ବାତୀ ଦିବା ଘ୧୧/୪୫ ପର୍ଯ୍ୟନ୍ତ ତଦନ୍ତେ ବିଶାଖା ଚନ୍ଦ୍ର-ତୁଳା ରାତ୍ରି ଘ୦୪/୩୪ ଗତେ ବିଛା* *ଯୋଗ -ଶୋଭନ* *କରଣ-ବିଷ୍ଟି* *ସୂର୍ଯ୍ୟ -ବିଛା ୦୯ ଦିନ* *************** *ସୁର୍ୟୋଦୟ -ପ୍ରାତଃ ଘ୦୬/୦୪/୩୫* *ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୨/୦୩* ————————— *ଯୋଗିନୀ ପଶ୍ଚିମେ ରାତ୍ରି ଘ୧୦/୫୪ ଗତେ ଐଶାନ୍ୟେ* *ମିଥୁନ ରାଶିର ଘାତବାର* *ଅଦ୍ୟ ଚତୁର୍ଦ୍ଦଶୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ ।* ——————————– *ବାରବେଳା -ଦିବା ଘ୦୨/୧୮ ଗତେ ଘ୦୩/୪୦ ମଧ୍ୟେ* *କାଳବେଳା – ଦିବା ଘ୦୭/୨୬ଗତେ ଘ୦୮/୫୦ ମଧ୍ୟେ* ***************** *ଅମୃତବେଳା- ଘ୦୭/୨୫ମଧ୍ୟେ ଓ ୦୯/୦୧ଗତେ ଘ୧୦/୧୧ମଧ୍ୟେ* *ମାହେନ୍ଦ୍ରବେଳା-ଦିବା ଘ୦୮/୫୩ ଗତେ ଘ୧୦/୧୦ମଧ୍ୟେ ଓ ରାତ୍ରି ଘ୧୧/୪୦ଗତେ ଘ୦୧/୧୨ମଧ୍ୟେ** ******************** *ଅଦ୍ୟ ବିରି ଭକ୍ଷଣ ନିଷେଧ *🌹🌷💐ଆଜିର ରାଶିଫଳ🌹🌷💐* ———————- *🌹ମେଷ🌹👉* *ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ।* *🌹ବୃଷ🌹👉* *ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳଲୋକଙ୍କ କଥାକୁ ସତ ମଣି ଘରେ ଝଗଡ଼ା ହେବ।* *🌹ମିଥୁନ🌹👉* *ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।* *🌹କର୍କଟ🌹👉* *କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ କିନ୍ତୁ ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତା ପାଇବେ ନାହିଁ । ଉଚ୍ଚ ପଦାଧିକାରୀଙ୍କ ନିକଟରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ।* *🌹ସିଂହ🌹👉* *ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ ।* *🌹କନ୍ୟା🌹👉* *ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଧାରକରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି।* *🌹ତୁଳା🌹👉,* *ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶକରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ।* *🌹ବିଛା🌹👉* *ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୂଆଁଇବାକୁ ବାଧ୍ୟ ହୋଇପାରନ୍ତି।ସୁସ୍ବାଦୁ ଭୋଜନ ଉପୋଭୋଗ କରିବେ।* *🌹ଧନୁ🌹👉* *କୌଣସି କାର୍ଯ୍ୟସାଧନ କ୍ଷେତ୍ରରେ ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। କିନ୍ତୁ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। ସଭାସମିତିରେ ଆଲୋଚନାରେ ଏକମତ ହେବାକୁ ବାଧ୍ୟ ହେବେ ।* *🌹ମକର🌹👉* *ଆପଣଙ୍କ ପରାମର୍ଶ ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ, ଫଳରେ ପ୍ରଶଂସା ପାଇ ଖୁସୀ ହେବେ। ପ୍ରକାଶନ, ଏଜେନ୍ସିପ୍‌, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ଉପରିସ୍ଥଙ୍କ ନିର୍ଦ୍ଦେଶରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ମାତ୍ର ରାସ୍ତାରେ ଅପରିଚିତ ବ୍ୟକ୍ତିବିଶେଷ ଚିନ୍ତାର କାରଣ ହୋଇପାରନ୍ତି।* *🌹କୁମ୍ଭ🌹* *କର୍ମକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା, ହଜିଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିଯିବ। ଅଫିସରେ ଛୋଟ ଘଟଣାକୁ ଚିନ୍ତା କରି ଟେନ୍‌ସନରେ ରହିପାରନ୍ତି।* *🌹ମୀନ🌹👉* *ଆଜିର ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସାହିତ୍ୟ, ସାମ୍ବାଦିକତା କାମରେ ଉଚ୍ଚ ପ୍ରଶଂସା ପାଇବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡ଼ିହେବ ନାହିଁ। ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।*

ମାଡ଼ି ଆସୁଛି କୁହୁଡି ।

ମନୋରଞ୍ଜନ ମହାପାତ୍ର/ଲଲାଟେନ୍ଦୁ ସେନାପତି : ଥଣ୍ଡା ବଢିବା ସହିତ ସକାଳ ସମୟରେ କୁହୁଡି ର ପରିମାଣ ମଧ୍ୟ ବଢ଼ି ଚାଲିଛି ।ପୂର୍ବରୁ କୁହୁଡିର ପରିମାଣ ଯେତିକି ଥିଲା ବର୍ତ୍ତମାନ ତାହା ୧୦ ଗୁଣ ଅଧିକ ହେଉଥିବା ପ୍ରକାଶ କରିଛନ୍ତି ଜଳବାୟୁ ବିଶାରଦ । ଏହା ଆଗକୁ ଆହୁରି ଅଧିକ ହେବା ସହିତ ଦୃଶ୍ୟର ଦୂରତା ମାତ୍ର କେତେ ମିଟର ରହିବାର ସମ୍ଭାବନା ।ଏଭଳି ହେବାର ମୁଖ୍ୟ କାରଣ ହେଉଛି ଜଳବାୟୁ ପ୍ରଦୂଷଣ । କଟକ ନିକଟରେ ଜଗତପୁର, […]

୭୫ ବର୍ଷରେ ଉତ୍କଳ ବିଶ୍ୱ ବିଦ୍ୟାଳୟ

ଉତ୍କଳ ବିଶ୍ବବିଦ୍ୟାଳୟ ୭୫ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ଶନିବାର ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଳନ କରାଯାଉଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଏହି ଉତ୍ସବକୁ ଉଦଘାଟନ କରିଛନ୍ତି। ଏହା ସହ ଉତ୍କଳ ବିଶ୍ବବିଦ୍ୟାଳୟ ଭିତ୍ତିଭୂମି ବିକାଶ ପାଇଁ ଶହେ କୋଟିର ଅନୁଦାନ ଘୋଷଣା କରିଛନ୍ତି। ଏହି ଉତ୍ସବରେ ଗଣଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗ ଦେଇଛନ୍ତି।

କିନ୍ନର ଚାକିରୀରେ ଯୋଗଦେଲେ

ଡାକ୍ତରଖାନା ଜଗିଛନ୍ତି କିନ୍ନର । କିନ୍ନର ମାନଙ୍କୁ ସ୍ୱାବଲମ୍ବି କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିନବ ପ୍ରୟାସ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୫ଜଣ କିନ୍ନରଙ୍କୁ ସିକ୍ୟୁରିଟୀ ଗାର୍ଡ ଭାବେ ମାଲକାନଗିିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିଯୁକ୍ତି ଦେଇଛି ପ୍ରଶାସନ । ୫ଟି ଯୋଜନା କାର୍ଯ୍ୟକାରୀ ହେବା ପରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱଛତା ଉପରେ ଗୁରୁତ୍ୱ ଦିଆଯାଉଛି । ତେଣୁ ଏମାନଙ୍କୁ ପରିମଳ ଯୋଜନାରେ ନିଯୁକ୍ତି ମଳିଥିବା କୁହାଯାଉଛି । ବିଶେଷ କରି […]

ଅଦ୍ୟ ନଭେମ୍ବର ୨୩ ତାରିଖ ୨୦୧୯ମସିହା(ଶନିବାର) ଶକାବ୍ଦ -୧୯୪୧ ସମ୍ବତ -୨୦୭୬ ସାଲ-୧୪୨୭ ସମ୍ବତ୍ସର -ପ୍ରମାଥୀ ମାର୍ଗଶୀର -କୃଷ୍ଣପକ୍ଷ ତିଥି -ଏକାଦଶୀ ପ୍ରାତଃ ୦୬/୩୨ ପର୍ଯ୍ୟନ୍ତ ତଦନ୍ତେ ଦ୍ବାଦଶୀ ନକ୍ଷତ୍ର-ହସ୍ତା ଦିବା ଘ୦୩/୨୮ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା ଚନ୍ଦ୍ର- କନ୍ୟା ରାତ୍ରି ଘ୦୨/୨୮ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା ଯୋଗ -ପ୍ରୀତି କରଣ-କୈ।ଳବ ସୂର୍ଯ୍ୟ -ବିଛା ୦୭ ଦିନ *************** ସୁର୍ୟୋଦୟ -ପ୍ରାତଃ ଘ୦୬/୦୩/୧୫ ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୨/୧୦ ————————— ଯୋଗିନୀ ଅଗ୍ନିକୋଣେ ଦିବା ଘ୦୬/୩୧ ଗତେ ନୈଋତେ ବୃଷ ରାଶିର ଘାତଚନ୍ଦ୍ର ବୃଷ,ସିଂହ ଓ କନ୍ୟା ରାଶିର ଘାତବାର ଅଦ୍ୟ ଦ୍ବାଦଶୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ । ——————————– ବାରବେଳା -ଦିବା ଘ୧୨/୫୪ ଗତେ ଘ୦୨/୨୦ ମଧ୍ୟେ କାଳବେଳା – ଦିବା ଘ୦୭/୨୫ ମଧ୍ୟେ ଘ୦୩/୪୦ ଗତେ ଘ୦୫/୦୨ ମଧ୍ୟେ ***************** ଅମୃତବେଳା- ଘ୦୭/୩୧ ଗତେ ଘ୦୯/୪୦ମଧ୍ୟେ ଓ ୧୧/୫୫ଗତେ ଘ୧୨/୫୪ମଧ୍ୟେ ମାହେନ୍ଦ୍ରବେଳା-ଦିବା ଘ୦୭/୩୩ ଗତେ ଘ୦୮/୫୦ମଧ୍ୟେ ଓ ରାତ୍ରି ଘ୦୬/୧୦ଗତେ ଘ୦୭/୪୨ମଧ୍ୟେ ******************** ଅଦ୍ୟ ପୋଇ ଭକ୍ଷଣ ନିଷ 🌹🌷💐ଆଜିର ରାଶିଫଳ🌹🌷💐 ———————- 🌼ମେଷ👉 : କ୍ୟାରିୟରର ସୁଧାର ପାଇଁ ଭଲ ଦିନଟିଏ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ଆସିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ। 🌼ବୃଷ:👉 ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧୢମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ। 🌼ମିଥୁନ:👉 ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ। 🌼କର୍କଟ: 👉ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ। 🌼ସି˚ହ:👉ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କଲେ କ୍ଷତି ହୋଇପାରେ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ। 🌼କନ୍ୟା: 👉ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ଜୀବନ ସୁଖମୟ ହେବ। 🌼ତୁଳା:👉 ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। 🌼ବିଛା:👉ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ। 🌼ଧନୁ:👉ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ। 🌼ମକର:👉 ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ। 🌼କୁମ୍ଭ:👉ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। 🌼ମୀନ:👉ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ। 🙏🙏🙏🙏🌻🌻🌻🌻🙏🙏🙏🙏